ବୀରମହାରାଜପୁର ରେ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0

ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୯୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୪ଗୋଟି ଓ ସାମୁହିକ ଦରଖାସ୍ତ ୦୬ଗୋଟି ଗ୍ରହଣ କରାଯାଇଛି l ୧୮ ଟି ଅଭିଯୋଗ ର ତତ୍କାଳୀନ ସମାଧନ ହୋଇଥିବାବେଳେ ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର, ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଶିଶୁ ସୁରକ୍ଷା ଅଧିକାରୀ ବିଜୟ କୁମାର ବିଶ୍ଵାଳ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ I ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼ୋଲାମଣି ଭୋଇ, ବ୍ଲକ୍ ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବିବୁଧ ଗଡ଼ନାୟକ, ଅତିରିକ୍ତ ତହସିଲଦାର ସ୍ଵାଗତ କୁମାର ପଣ୍ଡା, ବିଭିନ୍ନ ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ମଧ୍ୟ ଶିବିରରେ ଯୋଗଦାନ କରିଥିଲେ l

Leave A Reply

Your email address will not be published.