କେଉଁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

0
  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

  • ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ବର: ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି | ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. |
ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି |

Leave A Reply

Your email address will not be published.