ଭୁବନେଶ୍ୱର(ଶାସକ ପ୍ରଶାସକ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକାମ୍ର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତିା ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ମନ୍ଦିର ସମ୍ମୁଖରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଥିଲୋ ପରେ ଯଜ୍ଞ ସ୍ଥଳୀକୁ ଯାଇ ଗତ ତିନିଦିନ ଧରି ଅନୁଷ୍ଠିତ ହେଉଥିବା ଯଜ୍ଞର ପୂର୍ଣ୍ଣାହୁତିରେ ସାମିଲ ହୋଇଥିଲୋ ଏକାମ୍ର ପ୍ରକଳ୍ପ ନିମନ୍ତେ ଜମି ପ୍ରଦାନ କରିଥିବା ୧୪ ଜଣ ବ୍ୟକ୍ତିବିଶେଷଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲୋ ବ୍ରାହ୍ମଣ ନିଯୋଗ, ବଡ଼ୁ ନିଯୋଗ ଏବଂ ସମର୍ଥା ନିଯୋଗର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦାମୋଦର ବେଶର ଏକ ଫଟୋଚତ୍ର ପ୍ରଦାନ କରିଥିଲୋ ଏହି ଅବସରରେ ବରିଷ୍ଠ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ୫-“ଟି’ ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲୋ
ଏକାମ୍ର କ୍ଷେତ୍ରର ସୁବିଧା ଏବଂ ସ୍ମାରକୀ ପୁନରୁଦ୍ଧାର କାର୍ଯ୍ୟ ଯୋଜନା ତଥା “ଏକାମ୍ର ପ୍ରକଳ୍ପ’ ୨୦୧୯ ରେ ଆରମ୍ଭ କରାଯାଇଥିଲାା ବିଭିନ୍ନ ସ୍ମାରକୀ, ପବିତ୍ର ପୁଷ୍କରିଣୀ ଓ ଅନ୍ୟାନ୍ୟ ଜଳାଶୟର ପୁନରୁଦ୍ଧାର ସମେତ ଶ୍ରୀଲିଙ୍ଗରାଜଙ୍କ ଚତୁଃପାଶ୍ୱର୍ର ୮୦ ଏକର ଜମିରେ ଏହି ପ୍ରକଳ୍ପ ନିର୍ମାଣର ଲକ୍ଷ୍ୟ ରଖାଯାଇଛିା
ଜୁନ୍ ୨୬ ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏହି ତିନି ଦିନିଆ ଉତ୍ସବରେ ପର୍ଯ୍ୟଟକ ଏବଂ ଭକ୍ତମାନେ ଏକାମ୍ର କ୍ଷେତ୍ରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ପରମ୍ପରାରେ ନିମଜ୍ଜିତ ରହିବାର ସୁଯୋଗ ପାଇଥିଲୋ ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ, ମୁକ୍ତେଶ୍ୱର ମନ୍ଦିର, ବିନ୍ଦୁସାଗର ପୁଷ୍କରିଣୀ ଏବଂ ଅନ୍ୟାନ୍ୟ ଛୋଟ ମନ୍ଦିରଗୁଡ଼ିକ ଆଲୋକମାଳାରେ ସୁସଜ୍ଜିତ ହୋଇ ଏକ ଅପୂର୍ବ ଆକର୍ଷଣୀୟ ପରିବେଶ ସୃଷ୍ଟି କରିଥିଲାା ପାରମ୍ପାରିକ ଯଜ୍ଞ ରୀତିନୀତି ମାଧ୍ୟମରେ ଏହି ଉତ୍ସବର ପବିତ୍ରତା ବୃଦ୍ଧି ପାଇ ଏକ ଶାନ୍ତ ତଥା ପବିତ୍ର ବାତାବରଣ ସୃଷ୍ଟି ହୋଇଥିଲାା
ଧାର୍ମିକ ସମାରୋହ ବ୍ୟତୀତ, ଉପସ୍ଥିତ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ଆକର୍ଷଣୀୟ ସ୍କାଏ ପ୍ରୋଜେକ୍ସନ୍, ଲାଇଟ୍ ଏବଂ ସାଉଣ୍ଡ ସୋ, ଭଜନ ସମାରୋହ, ନୃତ୍ୟ ପ୍ରଦର୍ଶନ ସହ ପ୍ରକଳ୍ପର ମଡେଲ ଏବଂ ତଥ୍ୟସମ୍ବଳିତ ପ୍ରଦର୍ଶନୀ ଦେଖିବାର ସୁଯୋଗ ପାଇଥିଲୋ
ପ୍ରଥମ ପର୍ଯ୍ୟାୟରେ ଏକାମ୍ର କ୍ଷେତ୍ରର ପ୍ରନିତତ୍ତ୍ୱ ଏବଂ ପ୍ରନିତାତ୍ତ୍ୱିକ ଐତିହ୍ୟର ପୁନରୁଦ୍ଧାର ପରି ପ୍ରମୁଖ କାର୍ଯ୍ୟକ୍ରମର ରୂପାୟନ କରାଯିବା ଯାନବାହନ ଚଳାଚଳକୁ ସୁଗମ କରିବା ନିମନ୍ତେ ୧୨ରୁ ୧୮ ମିଟର ଚଉଡ଼ା ରାସ୍ତା, ପଥଚାରୀଙ୍କ ପାଇଁ ୪ରୁ ୧୦ ମିଟର ଚଉଡ଼ା ଚଲାପଥ ଏବଂ ପାର୍କିଂ ବ୍ୟବସ୍ଥା କରାଯିବା ଏଥି ସହ ଶ୍ରଦ୍ଧାଳୁମାନଙ୍କ ନିମନ୍ତେ ଆନ୍ତଃସଂଯୋଗ କରୁଥିବା ମୁକ୍ତସ୍ଥାନ, ୩୦୦ ବର୍ଗମିଟରର ଦର୍ଶନ ସୁବିଧା, ଜରୁରୀକାଳୀନ ସେବା ନିମନ୍ତେ ୧୬୦୦ ବର୍ଗମିଟରର ସୂଚନା ଓ ନିୟନ୍ତ୍ରଣ କେନ୍ଦ୍ର, ବିନ୍ଦୁସାଗର ଚତୁଃପାଶ୍ୱର୍ରେ ଉତ୍ସର୍ଗୀକୃତ ଚଲାପଥ ନିର୍ମାଣ କରାଯିବା ଏହି ପ୍ରକଳ୍ପ ନିର୍ମାଣ ନିମନ୍ତେ ଓଡ଼ିଶା ସେତୁ ନିର୍ମାଣ ନିଗମକୁ ଦାୟିତ୍ୱ ଦିଆଯାଇଛି ଏବଂ ଉନ୍ନୟନ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ ହେବା
Sign in
Sign in
Recover your password.
A password will be e-mailed to you.