ବାହୁଡ଼ା ଯାତ୍ରା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

0
  • ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

  • ଆହତ ଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ବର : ଗତକାଲି ବାହୁଡା଼ ଯାତ୍ରା ସମୟରେ କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମ ଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି| ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ |

ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି|

Leave A Reply

Your email address will not be published.