ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୨୧ ଗୋଟି ବ୍ୟକ୍ତିଗତ ଓ 0୯ ଗୋଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ ୬ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ,ଅନ୍ୟାନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଏବିଡିଓ ସୋନପୁର-ଶ୍ରୀ ଶଶିଭୂଷଣ ପ୍ରଧାନ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଅତିରିକ୍ତ ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ଦୈତ୍ୟନାରାୟଣ ପାଢ଼ୀ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ସୂର୍ଯ୍ୟଂଶୁ ରୁଟ,ଜିଲ୍ଳା ମତ୍ସ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l
Sign in
Sign in
Recover your password.
A password will be e-mailed to you.