ନୟାଗଡ଼,(ଲକ୍ଷ୍ମୀଧର ସାହୁ) : ନୟାଗଡ଼ ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଶୁଣାଣି ଶିବିରରେ ଗୋଟି ୧୮୫ ମାମଲା ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ୧୩୨ ଗୋଟି ମାମଲା ଥିବା ବେଳେ ୪ ଗୋଟି ଗ୍ରାମ୍ୟ ସମସ୍ୟା ରହିଥିଲା । ୬୭ ଗୋଟି ମାମଲାର ତୁରନ୍ତ ସମାଧାନ କରାଯାଇଥିଲା । ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪୩ ଜଣଙ୍କୁ ସାହାଯ୍ୟ କରାଯାଇଥିବାବେଳେ ରେଡକ୍ରସରୁ ୬ ଜଣଙ୍କୁ ସାହାଯ୍ୟ କରାଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହି ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଉପ ଜିଲ୍ଲାପାଳ ଶକ୍ତିକାନ୍ତ ରାୟ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଉମାକାନ୍ତ ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମକରନ୍ଦ ବେଉରା, ନୟାଗଡ଼ ତହସିଲଦାର ଭିକାରି ସାହୁ, ନୟାଗଡ଼ ବିଡିଓ ପଦ୍ମଚରଣ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ଏଥ୍ ସହିତ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇ ଜନଶୁଣାଣି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
Sign in
Sign in
Recover your password.
A password will be e-mailed to you.