ଚଳିତ ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ କୋଡିଂ ଓ ଆଇଟି

0

କୌଶଳୀ ବ୍ଲକ୍ ମୁଖ୍ୟ ପ୍ରଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ “କୌଶଳୀ’ ସ୍କୁଲ କ୍ଲବ୍ ଜରିଆରେ ପ୍ରଯୁକ୍ତିବିଦ୍ୟା ଓ କୋଡିଂ ଶିକ୍ଷା ଗ୍ରହଣ କରିବାକୁ ଯାଉଛନ୍ତିା ସେମାନଙ୍କୁ ଶିକ୍ଷାଦାନ କରିବା ପାଇଁ ରାଜ୍ୟସ୍ତରରେ ପ୍ରଶିକ୍ଷଣ ଆରମ୍ଭ ହୋଇଛିା ଗୁରୁବାରଠାରୁ ତିନିଦିନ ଧରି ଭୁବନେଶ୍ୱରର ୩ଟି ଉଚ୍ଚ ବିଦ୍ୟାଳୟରେ-ୟୁନିଟ୍ ୮ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ,ୟୁନିଟ୍ ୮ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ସୟଦ୍ ମମତାଜ ଅଲ୍ଲୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟ ପ୍ରଶିକ୍ଷକମାନଙ୍କୁ(ମାଷ୍ଟର ଟ୍ରେନର) ତାଲିମ ଦିଆଯାଉଛିା ବ୍ଲକସ୍ତରରୁ ୮୯ ଜଣ ବିଜ୍ଞାନ ଶିକ୍ଷକ ଏଥିରେ ଯୋଗ ଦେଇଛନ୍ତିା ପ୍ରଯୁକ୍ତିବିଦ୍ୟା ବିଶେଷଜ୍ଞମାନେ ପ୍ରଶିକ୍ଷଣ ଦେଉଛନ୍ତିା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ “ମୋ ସ୍କୁଲ’ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରୁଛିା
ବିଦ୍ୟାଳୟଗୁଡିକରେ ସ୍କୁଲ କ୍ଲବ୍ ମାଧ୍ୟମରେ ଆକାଂକ୍ଷୀ ପାଠ୍ୟକ୍ରମର ପ୍ରଚଳନ କରାଯାଉଛିା ପାଠ୍ୟକ୍ରମରେ ୪ଟି ସ୍କୁଲ କ୍ଲବ୍(କ୍ରୀଡାଙ୍ଗନ, କୌଶଳୀ, ସାହିତ୍ୟ ସୃଜନୀ, ଜିଜ୍ଞାସା) ନୂତନ ଭାବେ କାର୍ଯ୍ୟକାରୀ ହେବାକୁ ଯାଉଛିା ଏହାକୁ ସଫଳ ପରିଚାଳନା ପାଇଁ ଏବେ ମୁଖ୍ୟ ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ ରାଜ୍ୟସ୍ତରରେ ଦିଆଯାଉଛିା ଗତ ସପ୍ତାହରେ କ୍ରୀଡାଙ୍ଗନ କ୍ଲବ୍ ନିମନ୍ତେ ପ୍ରଶିକ୍ଷଣ ଶେଷ ହୋଇଛିା ଏବେ କୌଶଳୀ କ୍ଲବର ପ୍ରଶିକ୍ଷଣ ଆରମ୍ଭ ହୋଇଛିା ପର୍ଯ୍ୟାୟକ୍ରମେ ପ୍ରତି ବ୍ଲକ୍ରୁ ଜଣେ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବାର କାର୍ଯ୍ୟକ୍ରମ ରହିଛିା ପରବର୍ତ୍ତୀ ସମୟରେ ମୁଖ୍ୟ ପ୍ରଶିକ୍ଷକମାନେ ବ୍ଲକସ୍ତରରେ ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ଦେବୋ

ଜାତୀୟସ୍ତରରେ କାର୍ଯ୍ୟ କରୁଥିବା ବିଭିନ୍ନ ଅନୁଷ୍ଠାନର ସହଭାଗିତାରେ “ମୋ ସ୍କୁଲ’ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପରିଚାଳନା କରୁଛିା ବର୍ତ୍ତମାନ ସମୟର ଆହ୍ୱାନ ଅନୁସାରେ ଛାତ୍ରଛାତ୍ରୀଙ୍କର ପ୍ରଯୁକ୍ତିବିଦ୍ୟା ଓ କୋଡିଂ ଶିକ୍ଷାର ଆବଶ୍ୟକତାକୁ ଭିତ୍ତିକରି ଶିକ୍ଷା ବିଭାଗ ଏଭଳି ଏକ ନୂତନ ପାଠ୍ୟକ୍ରମକୁ ବିଶେଷ ଗୁରୁତ୍ୱ ଦେଉଛିା

Leave A Reply

Your email address will not be published.