ସୁବର୍ଣ୍ଣପୁର,( ପ୍ରକାଶ କୁମାର ହାତୀ)ଆଜି ସୁବର୍ଣ୍ଣପୁର ଜିଲ୍ଲା ର ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଳାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ I ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତ ର ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ତରଭା ଅନିଲ କୁମାର କୁଲୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର,ଉପ ଜିଲ୍ଳାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ଦୈତ୍ୟ ନାରାୟଣ ପାଢୀ,ଅଧିକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ଶ୍ରୀକାନ୍ତ ସାହୁ, , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅକ୍ଷୟ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ପ୍ରlଣିଧନ ଅଧିକାରୀ ଡଃ ରତ୍ନାକର ରାଉତ, ଜିଲ୍ଲା କୃଷି ଅଧିକାରୀ ଶ୍ରୀ ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ଶିଶୁ ସୁରକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର, ତହସିଲଦାର ତରଭା କିର୍ତ୍ତୀ ଚନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ l ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦିବ୍ୟାଙ୍ଗ ବିବାହ ଯୋଜନା କୁ ପ୍ରୋତ୍ସାହିତ କରିବା ପାଇଁ ସ୍ଥାନୀୟ ଲୁକାପାଲି ଗ୍ରାମର ଦିବ୍ୟାଙ୍ଗ ଦମ୍ପତ୍ତି ତରୁଣ ବଗର୍ତ୍ତୀ ଓ ସମlରି ବଗର୍ତ୍ତୀ ଏବଂ ତରଭା ବିଜ୍ଞାପିତ ଅଞ୍ଚଳ ର ଚିନ୍ତାମଣି ନାଗ ଓ କୌସଲ୍ୟା ନାଗ ଙ୍କୁ ଯୋଡି ପ୍ରତି ଅଢେଇ ଲକ୍ଷ ଟଙ୍କା ର ସହାୟତା ଚେକ୍ ଜିଲ୍ଲାପାଳ ପ୍ରଦାନ କରିଥିଲେ l
ଶିବିର ପରିଚାଳନା ରେ ଏବିଡିଓ ନିରଞ୍ଜନ ନାଏକ, ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ କୁମାର କର୍ଣ୍ଣ ଙ୍କ ସମେତ ସମସ୍ତ ବ୍ଲକ ସ୍ତରୀୟ କର୍ମଚାରୀ ସହଯୋଗ କରିଥିଲେ I
Sign in
Sign in
Recover your password.
A password will be e-mailed to you.
Prev Post