ଜଗତସିଂହପୁର,ତା-୧୮.୦୭.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ଜଗତସିଂହପୁର ଜିଲ୍ଲାକୁ ଏହାର ଶ୍ରେଷ୍ଠ ପାରଦର୍ଶିତା ପାଇଁ ଭୁମି ସମ୍ମାନ ପ୍ଲାଟିନାମ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ମହାମହିମ ରାଷ୍ଟ୍ରପତି ଦୋୖପଦି ମୁର୍ମୁ ମହୋଦୟଙ୍କ କରକମଳରେ ଭୁମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୬୮ ଜିଲ୍ଲାକୁ ଭୁମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି। ଜିଲ୍ଲାପାଳ ପାରୁଲ ପଟାୱାରୀଙ୍କ ଆଦେଶ ପ୍ରକାରେ ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଚିନ୍ମୟୀ ବିଶ୍ୱାଳ ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଭୁମି ସଂସ୍କାର ନିମନ୍ତେ ଜିଲ୍ଲାରେ ନିଆଯାଇଥିବା ତ୍ୱରିତ ଓ ସଫଳ କାର୍ଯ୍ୟକ୍ରମ ପାଇଁ ଜମି ପଟାର କମ୍ପ୍ୟୁଟରୀକରଣ, ଜମି ରେଜିଷ୍ଟ୍ରେସନ କାର୍ଯ୍ୟକ୍ରମର ସରଳିକରଣ ଓ ସ୍ୱଚ୍ଛତା ଅନୁପାଲନ, ଆଧୁନିକ ରେକର୍ଡରୁମ ପରିଚାଳନା ଓ ଜମିଜମା କାଗଜପତ୍ରର ସ୍କାନିଂ ଓ କମ୍ପ୍ୟୁଟରୀକରଣ, ତହସିଲ ଓ ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ମଧ୍ୟରେ ସଂଯୋଜନା ପ୍ରଭୁତି କ୍ଷେତ୍ରରେ ଜଗତସିଂହପୁର ଜିଲ୍ଲାର ୮ ଗୋଟି ତହସିଲରେ ଆଶାନୁରୂପକ ଉନ୍ନତି ପ୍ରଦର୍ଶନ ସହ ସଫଳତା ହାସଲ କରିଥିବା ହେତୁ ଭାରତ ସରକାରଙ୍କ ତରଫରୁ ଏହି ସମ୍ମାନ ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଦ୍ଵାରା ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପ୍ରଦାନ କରାଯାଇଛି।
ଅତିରିକ୍ତ ଜିଲ୍ଲାପାଳଙ୍କ ସହ ରଘୁନାଥପୁର ତହସିଲଦାର ରୂପାଲିକା ଦାଶ ଓ ଜଗତସିଂହପୁର ତହସିଲଦାର ତାରିଣୀ ରଞ୍ଜନ ରାୟ ଉପସ୍ଥିତ ଥିଲେ। ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ରର ସଫ୍ଟଓୟାର ମାଧ୍ୟମରେ କମ୍ପ୍ୟୁଟରୀକରଣ କାର୍ଯ୍ୟ କରାଯାଇଛି।
Sign in
Sign in
Recover your password.
A password will be e-mailed to you.
Prev Post