ପୁରସ୍କୃତ ହୋଇଥିବା ୬୮ ଜିଲ୍ଲା ମଧ୍ୟରେ ଓଡ଼ିଶାର ୧୯ଟି ଜିଲ୍ଲା
ଭୁବନେଶ୍ୱର:ଡିଜିଟାଲ୍ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମ (ଡିଆଇଏଲ୍ଆର୍ଏମ୍ପି)ର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ “ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ କରିଛନ୍ତିା ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରାଯାଇଛିା ଦେଶର ସମୁଦାୟ ୭୬୬ ଜିଲ୍ଲା ମଧ୍ୟରୁ ୬୮ଟି ଜିଲ୍ଲାକୁ ଡିଆଇଏଲ୍ଆର୍ଏମ୍ପି ଅନ୍ତର୍ଗତ ଛଅଗୋଟି ବର୍ଗରେ ପ୍ଲାଟିନମ୍ ପୁରସ୍କାର ମିଳିଛିା ତନ୍ମଧ୍ୟରୁ ଓଡ଼ିଶାର ୧୯ଟି ଜିଲ୍ଲା ଏହି ପୁରସ୍କାର ପାଇବା ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଗୌରବର ବିଷୟା
ଓଡ଼ିଶାର ଅନୁଗୁଳ, ବୌଦ୍ଧ, ବରଗଡ, ଭଦ୍ରକ, ଦେଓଗଡ, ଢେଙ୍କାନାଳ, ଗଜପତି, ଗଂଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନବରଙ୍ଗପୁର, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁର ଆଦି ୧୯ଟି ଜିଲ୍ଲା ଏହି ପ୍ଲାଟିନମ ପୁରସ୍କାର ନିମନ୍ତେ ବିବେଚିତ ହୋଇଥିଲୋ ରାଷ୍ଟ୍ରପତି ଏହି ଜିଲ୍ଲାମାନଙ୍କର ଜିଲ୍ଲାପାଳ ବା ଅତିରିକ୍ତ ଜିଲ୍ଲାପାଳମାନଙ୍କୁ “ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ କରିଥିଲୋ
ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀୟୁକ୍ତ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ ୫-“ଟି’ କାର୍ଯ୍ୟାନ୍ୱୟନ ତଥା “ମୋ ସରକାର’ ନିୟମାବଳୀ ମାଧ୍ୟମରେ ଜମିଜମା ରେକର୍ଡ ଏବଂ ଜନସେବାକୁ ଡିଜିଟାଇଜେସନ୍ କରିବାରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛିା ରାଜସ୍ୱ କାର୍ଯ୍ୟାଳୟମାନଙ୍କରେ ନାଗରିକମାନଙ୍କ ବ୍ୟକ୍ତିଗତ ଉପସ୍ଥିତିକୁ ଯଥାସମ୍ଭବ କମ କରିବା ସହ ମଧ୍ୟସ୍ଥିମାନଙ୍କ ଭୂମିକାକୁ ନ୍ୟìନ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛିା ବିଭାଗ ଦ୍ୱାରା ନାଗରିକମାନଙ୍କୁ ଯୋଗାଇ ଦିଆଯାଉଥିବା ୩୪ଟି ପ୍ରମୁଖ ସେବାକୁ ଅନ୍ଲାଇନ୍ କରାଯିବା ଦ୍ୱାରା ଲୋକମାନେ ଅନଲାଇନ ମାଧ୍ୟମରେ ଆବେଦନ ଏବଂ ସ୍ଥିତି ଜାଣିପାରୁଛନ୍ତିା
ଭର୍ଚୁଆଲ୍ କୋର୍ଟ ମାଧ୍ୟମରେ ୧୩ ହଜାରରୁ ଊ–ର୍ ମାମଲାର ଫଇସଲା ହୋଇଛିା ୨୦୨୪ ମାର୍ଚ୍ଚ ମାସ ସୁଦ୍ଧା ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲା ଡିଆଇଏଲ୍ଆର୍ଏମ୍ପିର ମାନଦଣ୍ଡ ଯଥା: ଜମି ରେକର୍ଡର କମ୍ପୁଟରୀକରଣ, ଜମି ନକ୍ସାର କମ୍ପୁଟରୀକରଣ, ଜମି ରେକର୍ଡ ଏବଂ ନକ୍ସାର ସଂଯୋଗୀକରଣ, ନିବନ୍ଧନ ଓ ଉପନିବନ୍ଧନ କାର୍ଯ୍ୟାଳୟର କମ୍ପୁଟରୀକରଣ, ତହସିଲ ଏବଂ ନିବନ୍ଧନ କାର୍ଯ୍ୟାଳୟର ସଂଯୋଗୀକରଣ ଏବଂ ଆଧୁନିକ ରେକର୍ଡ କକ୍ଷ ନିର୍ମାଣ କ୍ଷେତ୍ରରେ ଶତପ୍ରତିଶତ ଲକ୍ଷ୍ୟ ହାସଲ କରିବା ପାଇଁ ପଦକ୍ଷେପ ନିଆଯିବା
୫-“ଟି’ ଆଧାରରେ ଦଳଗତ କାର୍ଯ୍ୟ ଏବଂ “ମୋ ସରକାର’ ମାଧ୍ୟମରେ ଜନସାଧାରଣଙ୍କ ଠାରୁ ମତାମତ ଗ୍ରହଣ କରାଯିବା ଫଳରେ ଉତ୍ତମ ସେବା ଯୋଗାଇବା ସମ୍ଭବ ହୋଇପାରିଛିା