ଭୁବନେଶ୍ୱର:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନରେ ପରିଚାଳିତ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ପ୍ରବୋଧ କୁମାର ରାଉତଙ୍କ ଅକାଳ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛିା ତାଙ୍କ ବିୟୋଗରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ବିଭାଗୀୟ ଉପନିର୍ଦ୍ଦେଶକ ଏବଂ ବରିଷ୍ଠ ଅଧିକାରୀମାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତିା
ଆଜି ପୂର୍ବାହ୍ନରେ ବିଭାଗର ସମ୍ମିଳନୀ କକ୍ଷରେ ସ୍ୱର୍ଗତ ରାଉତଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା ସହ ଏକ ଶୋକସଭା ଆୟୋଜିତ ହୋଇଥିଲାା ଏତଦ୍ବ୍ୟତୀତ ବିଭାଗ ଅଧିନସ୍ଥ ଓଡ଼ିଶା ସାହିତ୍ୟ ଏକାଡେମୀ, ଓଡ଼ିଶା ସଂଗୀତ ନାଟକ ଏକାଡେମୀ, ଓଡ଼ିଶା ଲଳିତ କଳା ଏକାଡେମୀ, ରବିନ୍ଦ୍ର ମଣ୍ଡପ, ଉତ୍କଳ ସଂଗୀତ ମହାବିଦ୍ୟାଳୟ, ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର, ଓଡ଼ିଶା ରାଜ୍ୟ ଅଭିଲେଖାଗାର, ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ, ବିଭୂତି କାନୁନଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ, ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ସହିତ ବିଭାଗ ଅଧିନସ୍ଥ ସମସ୍ତ ସଂସ୍ଥାର ଅଧିକାରୀ ଓ କର୍ମଚାରୀମାନେ ଅମର ଆତ୍ମାର ସଦ୍ଗତି ନିମନ୍ତେ ଶୋକବ୍ୟକ୍ତ କରିବା ସହ ସ୍ୱର୍ଗତ ରାଉତଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଥିଲୋ
ବିଭାଗୀୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବରିଷ୍ଠ ଅଧିକାରୀମାନେ ସ୍ୱର୍ଗତ ରାଉତଙ୍କ ବାସଭବନକୁ ଯାଇ ପରିବାରର ସଦସ୍ୟଙ୍କୁ ଭେଟିବା ସହ ସାନ୍ତ୍ୱନା ଦେଇଥିଲୋ ସରକାରୀ ସ୍ତରରେ ସ୍ୱର୍ଗତ ରାଉତଙ୍କ ସମସ୍ତ ବକେୟା ପ୍ରାପ୍ୟ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ମନ୍ତ୍ରୀ ଶ୍ରୀ ପାତ୍ର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତିା
ସୂଚନାଯୋଗ୍ୟ ଯେ ଗତ ରବିବାର ଦିନ କଟକସ୍ଥିତ ବିଜୁ ପଟ୍ଟନାୟକ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ସ୍ୱର୍ଗତ ରାଉତ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧିନ ଅବସ୍ଥାରେ ଗତ ସନ୍ଧ୍ୟାରେ ଇହଲୀଳା ସମ୍ବରଣ କରିଥିଲୋ ଆଜି ପୁରୀ ସ୍ୱର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛିା
Sign in
Sign in
Recover your password.
A password will be e-mailed to you.