ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଗୁରୁବାର ଦିନ ମୋ ଡାଏରୀ ୨୦୨୩ -୨୪ ନିମନ୍ତେ ଷ୍ଟୁଡେଣ୍ଟ୍ ନୋଟ୍ ବୁକ୍ , ମୋ ପ୍ରୋଜେକ୍ଟ ନୋଟ୍ ବୁକ୍ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାରେ ସମସ୍ତ ୮୮୦ ଗୋଟି ସରକାରୀ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ବଣ୍ଟନ କରାଯାଇଛି। ଗଜପତି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ବିଦ୍ୟାଳୟରେ ସକାଳ ୯ ଘଟିକା ସମୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ , ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା , ଅଭିଭାବକ , ସ୍ଥାନୀୟ ଜନପ୍ରତିନିଧିଙ୍କ ଉପସ୍ଥିତିରେ ମୋ ଡାଏରୀ ଓ ଷ୍ଟୁଡେଣ୍ଟ୍ ନୋଟ୍ ବୁକ୍ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମର ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ନିଜେ ତଦାରଖ କରିଥିଲେ। ସେ କାଶୀନଗର ବ୍ଲକ ଅନ୍ତର୍ଗତ ରାଣୀପେଣ୍ଠ ସରକାରୀ ଉଚ୍ଚ ବିଦ୍ୟାଳୟ , ବଂଶଧାରା ଉଚ୍ଚ ବିଦ୍ୟାଳୟ ଓ ଅନ୍ୟାନ୍ୟ ବିଦ୍ୟାଳୟକୁ ପରିଦର୍ଶନରେ ଯାଇ ଏହି ବିତରଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକ ମଧ୍ୟ ରା.ଉଦୟଗିରି ବ୍ଲକର ବିଭିନ୍ନ ବିଦ୍ୟାଳୟ ବୁଲି ଦେଖିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post