ଝାରବନ୍ଧ-ମନୋହର ଦାଶ: ଆଜି ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ, ପଦ୍ମପୁର ଉପଜିଲ୍ଲାପାଳ, ବିଜେପୁର ବିଡ଼ିଓ, ତହସିଲଦାର୍ ଓ ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଶୁଣିଛନ୍ତି। ସେସବୁ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଜେପୁରର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହରେ ଏହି ଶୁଣାଣି ସବୁ ହୋଇଥିଲା।
ଏଥିରେ ମୋଟ୍ ୮୨ ଟି ସମସ୍ୟାର ସମାଧାନ ପାଇଁ ଲୋକେ ଆବେଦନ କରିଥିଲେ। ସବୁ ସମସ୍ୟାର ଯଥାଶୀଘ୍ର ସମାଧାନ କରିବାକୁ ବରଗଡ଼ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Sign in
Sign in
Recover your password.
A password will be e-mailed to you.