ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୂଲ୍ୟରେ ବୁଧବାର ଦିନ ଗଜପତି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ‘ଶିଶୁଙ୍କ ପାଇଁ ଦିନ ଟିଏ ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଗଜପତି ଜିଲ୍ଲାରେ ଶିଶୁ ସୁରକ୍ଷା ସମ୍ବନ୍ଧିତ ସମସ୍ତ ସମସ୍ୟା ଏବଂ ଏହାର ସମାଧାନ ଏହି କାର୍ଯ୍ୟକ୍ରମରେ ଆଲୋଚନା ହୋଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଜୁଭେନାଇଲ ଜଷ୍ଟିସ ବୋର୍ଡ ପାରଳାଖେମୁଣ୍ଡି ଶ୍ରୀ ସତ୍ୟବ୍ରତ ରଣା , ଡିଏସପି ଶ୍ରୀ ଆର.କେ ଦାସ ପ୍ରମୁଖ ଯୋଗଦେଇ ଶିଶୁ ସୁରକ୍ଷା , ଶିଶୁ ଅଧିକାର , ବାଲ୍ୟ ବିବାହକୁ ଜିଲ୍ଲାରେ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ସହ ଶିଶୁ ଶ୍ରମିକ , ଶିଶୁ ଭିକ୍ଷାବୃତ୍ତି କୁ କିପରି ରୋକାଯାଇପାରିବ ତାହା ଉପରେ ଆଲୋଚନା କରାଯାଇ ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଥିଲା।
ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ କାର୍ଯ୍ୟକ୍ରମ ବିଷୟରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ଶିଶୁ ସୁରକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରଙ୍କୁ ଚଳିତ ଦଶମ ପରୀକ୍ଷାରେ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରଙ୍କୁ ସମ୍ବର୍ଦ୍ଧିତ କରଯାଇଛି। ପ୍ରତିପାଳକ ଯତ୍ନ ଅନୁଷ୍ଠାନର ଆର୍ଥିକ ଅନଗ୍ରସର ପରିବାରର ପିଲାମାନଙ୍କୁ ମାସିକ ଚାରି ହଜାର ଲେଖାଏଁ ଟଙ୍କାର ଚେକ୍ ଜିଲ୍ଲାପାଳ ପ୍ରଦାନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡା , ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ / ଅଧ୍ୟକ୍ଷା , ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ଜିଲ୍ଲା ଚିକିତ୍ସାଧିକାରୀ , ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ବିଭିନ୍ନ ଅନୁଷ୍ଠାନର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହିବା ସହିତ ପରିଚାଳନାରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.