ଭୁବନେଶ୍ୱର, ଅଗଷ୍ଟ ୩: ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍ମେଂଟ କର୍ପୋରେସନ୍ (ଏନ୍ଆର୍ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ଏନ୍ଆର୍ଡିସି ଏକ ୨ ଜଣିଆ ଦଳ ସୋଆ ଗବେଷକମାନଙ୍କ ସହ ଆଲୋଚନା କରିବା ନିମନ୍ତେ ଗତ ଅଗଷ୍ଟ ୧ ଓ ୨ରେ ସୋଆ ଗସ୍ତରେ ଆସିଥିଲେ ।
ଶୁଷ୍କ ଆଖି, ଗଳା ସଂକ୍ରମଣ ତଥା କର୍କଟ ଚିକିତ୍ସା ବେଳେ ଉପୁଜୁଥିବା ସମସ୍ୟାର ଉପଶମ ନିମନ୍ତେ ସୋଆର ଗବେଷକମାନେ ସରଳ, ବ୍ୟୟସାପେକ୍ଷ ଓ ଅଭିନବ ଫାର୍ମାସ୍ୟୁଟିକାଲ୍ ଫର୍ମୁଲେସନ୍ ବିକଶିତ କରିଛନ୍ତି । ଏହି ଟେକ୍ନୋଲୋଜିର ବିକାଶ ନିମନ୍ତେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଅଧିନସ୍ଥ ଏନ୍ଆର୍ଡିସି ସହ ଏହି ବୁଝାମଣା କରାଯାଇଥିଲା ।
ଏନ୍ଆରଡିସିର ପ୍ରମୁଖ ତଥା ମୁଖ୍ୟ (ବାୟୋଟେକ୍ନୋଲୋଜି) ଏବଂ ଲିଗାଲ ରୟାଲଟି ଓ ରେଗୁଲୋଟାରୀ ଆଫେୟାର୍ସର ଇନ୍ଚାର୍ଜ ଶ୍ରୀ ଅମିତାଭ ମିଶ୍ର ଓ ଟେକ୍ନିକାଲ୍ ଆସିଷ୍ଟାଂଟ ଶ୍ରୀମତି ପ୍ରିୟଙ୍କା ଅସୱାଲ୍ ସୋଆର ବିଭିନ୍ନ କେନ୍ଦ୍ର ବୁଲି ଗବେଷଣା ସମ୍ବନ୍ଧୀୟ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ଅବଗତ ହେବା ସହ ଗବେଷକମାନଙ୍କ ସହିତ ଆଲୋଚନା କରିଥିଲେ ବୋଲି ସୋଆ ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ (ଏସ୍ପିଏସ୍)ର ପ୍ରଫେସର ଗୌତମ ରଥ କହିଛନ୍ତି ।
ଏନ୍ଆର୍ଡିସି ଭାରତର ବିଭିନ୍ନ କଲେଜ, ବିଶ୍ୱବିଦ୍ୟାଳୟ ଓ ଶିଳ୍ପାନୁଷ୍ଠାନରେ ଅଭିନବ ଟେକ୍ନୋଲୋଜି ବିକାଶ ନେଇ ସହଯୋଗ କରିବା ସହ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରିଥାଏ ।
ଏହି ଅବସରରେ ଶ୍ରୀ ମିଶ୍ର କହିଛନ୍ତି ଯେ ସେ ଏହି ତିନୋଟି ଗବେଷଣା ମଧ୍ୟରୁ ଗୋଟିକୁ ନେଇ ଏକ ବେସିକ୍ ଇଞ୍ଜିନିୟରିଂ ଡିଜାଇନ୍ ପ୍ୟାକେଜ (ବିଇଡିସି) ପ୍ରସ୍ତୁତ କରିବେ ।
ଏହି ଅବସରରେ ଶ୍ରୀ ମିଶ୍ର ଏସ୍ପିଏସ୍ର ଡିନ୍ ପ୍ରଫେସର ଏସ୍. ସି. ସି ଙ୍କ ସମେତ ଫ୍ୟାକଲ୍ଟିମାନଙ୍କ ସହ ଆଲୋଚନା କରିଥିଲେ । ସେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ମଧ୍ୟ ସାକ୍ଷାତ କରିଥିଲେ ।
Sign in
Sign in
Recover your password.
A password will be e-mailed to you.