ଦୁଇ ରାୟ ଗଲେ, ଆସିଲେ ଦୁଇ ବଳ

0

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ ଏବଂ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟଙ୍କ ଅନ୍ୟତ୍ର ବଦଳି ହୋଇ ଯାଇଥିବା ବେଳେ ସେମାନଙ୍କ ସ୍ଥାନରେ ଅତିରିକ୍ତ ଜିଲ୍ଲାପାଳ ଭାବେ ଦିଲ୍ଲୀପ କୁମାର ବଳ ଏବଂ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୁଚାରୁ କୁମାର ବଳ ଯୋଗଦାନ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଭାବେ ବାଦଳି ହୋଇଯାଇଥିବା ବେଳେ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟଙ୍କ କଟକ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି। ଆଜି ଉଭୟ ରାୟଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିବା ବେଳେ ଉଭୟ ବଳଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.