ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମଜୟନ୍ତୀ

0

ଜଗତସିଂହପୁର,ତା-୨୦.୦୮.୨୦୨୩/ସୁମନ୍ତ କୁମାର ଦାସ :ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପ୍ରଶାସନ ଆନୁକୂଲ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ,ଭାରତରତ୍ନ ରାଜୀବ ଗାନ୍ଧୀ ଙ୍କ ଜନ୍ମଜୟନ୍ତୀ ପାଳିତ ହୋଇଯାଇଅଛି।ଏହି ଅବସରରେ ଚର୍ଚ୍ଚିକା ବଜାର ନିକଟରେ ଥିବା ରାଜୀବଗାନ୍ଧୀ ପାର୍କରେ ଅବସ୍ଥିତ ରାଜୀବଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଚିନ୍ମୟୀ ବିଶ୍ବାଳ, ପୌରପରିଷଦ ଅଧ୍ୟକ୍ଷା  ଶ୍ରୀମତୀ ଅର୍ଚ୍ଚନା ସିଂହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଏହି ଉତ୍ସବରେ ପୌର ଉପାଧ୍ୟକ୍ଷ ରାଜେନ୍ଦ୍ର କୁମାର ବିଶୋଇ,ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ନଟବର ବାରିକ,ପୂର୍ବତନ ପୌରାଧ୍ୟକ୍ଷ ବିପ୍ଲବ ଚୌଧୁରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ସ°ସ୍କୃତି ଅଧିକାରୀ ଦିଲ୍ଲିପ କୁମାର ଜେନା, ବରିଷ୍ଠ ସହାୟକ ଦିପକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ରାଜୀବଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।

Leave A Reply

Your email address will not be published.