ପ୍ରଶାନ୍ତ ଜଗଦେବ ଘଟଣାରେ ଧରାପଡିଛି ଧର୍ମେନ୍ଦ୍ରଙ୍କ ଦୋମୁହାଁ ନୀତି: ବିଜେଡି

0
  •  ବିଜେଡିରୁ ବହିଷ୍କୃତ ନେତାଙ୍କୁ ଆପଣେଇବାକୁ ବିଜେପିର ସଜବାଜ

  •  ଗୁଣ୍ଡାଗର୍ଦ୍ଦି ପାଇଁ ତୁରନ୍ତ ଦଳରୁ ବିଦା ହୋଇଥିଲେ ପ୍ରଶାନ୍ତ

  •  ଧର୍ମେନ୍ଦ୍ରଙ୍କ ମୁହଁରେ ଶୋଭା ପାଉନି ଗଣତନ୍ତ୍ର ସୁରକ୍ଷା ଉବାଚ 

ଭୁବନେଶ୍ୱର:ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ଗଣମାଧ୍ୟମକୁ କହିଛନ୍ତି ଯେ ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି ଉପରେ ବିଶ୍ୱାସ କରେ ନାହିଁ । ଆମ ସୂଚନା ଅନୁଯାୟୀ ସେଭଳି କୌଣସି ଅଘଟଣ ଘଟି ନଥିଲା । ଯଦି ଏହା ଘଟିଥାନ୍ତା ତେବେ ବିଜେଡି ପ୍ରଥମେ ଏହାକୁ ନିନ୍ଦା କରିଥାନ୍ତା ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଗୋଟିଏ ଉଦାହରଣ ଦେଇ ଡକ୍ଟର ପାତ୍ର କହିଛନ୍ତି ଯେ ଚିଲିକାର ତତ୍କାଳୀନ ବିଜେଡି ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି ଶ୍ରୀ ନିରଞ୍ଜନ ସେଠୀଙ୍କୁ ୮ ସେପ୍ଟେମ୍ବର, ୨୦୨୧ରେ ବାଲୁଗାଁଠାରେ ଆକ୍ରମଣ କରିଥିଲେ । ଶ୍ରୀଜଗଦେବଙ୍କୁ ତୁରନ୍ତ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିଥିଲେ । ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ଏବଂ ବିଜେଡି ସଭାପତି ଦଳରୁ ବହିଷ୍କାର କରିଥିଲେ କାରଣ ଶ୍ରୀ ନବୀନ ପଟ୍ଟନାୟକ ଗୁଣ୍ଡାଗର୍ଦ୍ଧି ଉପରେ ବିଶ୍ୱାସ କରନ୍ତି ନାହିଁ ।
ତେବେ ସେହି ଶ୍ରୀ ପ୍ରଶାନ୍ତ ଜଗଦେବଙ୍କୁ ଫୁଲମାଳ ପିନ୍ଧାଯିବା ସହିତ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୀର୍ବାଦ ଏବଂ ନିୟମିତ ବୈଠକ ଯୋଗୁଁ ବିଜେପିରେ ଯୋଗ ଦେବାକୁ ପ୍ରସ୍ତୁତ ଅଛନ୍ତି । ଆପଣ ଓଡ଼ିଶାର ଲୋକମାନଙ୍କ ପାଇଁ କେଉଁ ଉଦାହରଣ ସୃଷ୍ଟି କରୁଛନ୍ତି? ଆପଣ ଓଡ଼ିଶାର ଲୋକଙ୍କୁ କି ବାର୍ତ୍ତା ଦେବାକୁ ଚାହାନ୍ତି? ଜଣେବ୍ୟକ୍ତି ଯିଏ ଗୁଣ୍ଡାଗିରି ଏବଂ ଗୁଣ୍ଡାଗର୍ଦ୍ଦି ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ କେବଳ ରାଜନୈତିକ ଫାଇଦା ପାଇଁ ତାଙ୍କୁ ଗ୍ରହଣ କରୁଛି କି? ଆପଣ ଓଡିଶାରଲୋକଙ୍କୁ କିପରି ସାମ୍ନା କରିବେ? ଗଣତନ୍ତ୍ର ବିଷୟରେ ଆପଣଙ୍କର ସମସ୍ତ କଥା କେବଳ ଲୋକ ଦେଖାଣିଆ ବୋଲି ଓଡିଶାବାସୀ ଜାଣିଥିବା ଡକ୍ଟର ପାତ୍ର କହିଛନ୍ତି ।

Leave A Reply

Your email address will not be published.