ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲକାନ୍ତ ମହାନ୍ତି , ବନ ଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ୍.ଆନନ୍ଦ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି , ବାଘଶାଳ , ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୯୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୦ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୬ ଗୋଟି ଓ ୨୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମୋ ଘର ଯୋଜନା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର , ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକ , ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ଓ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post