ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ତଥା ଦ୍ଵିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିନ ଅବସରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅବସର ପ୍ରାପ୍ତ ସରକାରୀ ଶିକ୍ଷକ ଶ୍ରୀଯୁକ୍ତ ଦାମୋଦର ଜେନାଙ୍କୁ ଅନୁଷ୍ଠାନ ର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଉପଢୌକନ , ପୁଷ୍ପଗୁଚ୍ଛ , ଶ୍ରୀଫଳ ଦେଇ ସମ୍ବର୍ଦ୍ଧିତ କରିଥିଲେ।
ଛାତ୍ର ଛାତ୍ରୀ ମାନେ ଗୁରୁଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମର ଶେଷରେ ଶିଶୁମାନେ ଭକ୍ତିର ସହ ଗୁରୁ ପୂଜନ କରିଥିଲେ। ଶେଷରେ ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ ବୃନ୍ଦ ବିଦ୍ୟାଳୟର ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସେବକ ସେବିକା ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ।
କାର୍ଯ୍ୟକ୍ରମର ଶେଷରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post