ଭୁବନେଶ୍ବର – ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ମହେନ୍ଦ୍ର କୁମାର ବଢେଇଙ୍କ ପରଲୋକ ହୋଇଛି । ୨ ଦିନ ତଳେ ହୃଦଘାତରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଆଜି ଅବସ୍ଥାରେ ୫୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଗତ ୨୦୨୨ ମସିହା ନଭେମ୍ବର ମାସରେ ଚାକିରିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେବା ପରେ ଦଳ ପକ୍ଷରୁ ସେ ମୁଖପାତ୍ର ଭାବେ ନିଯୁକ୍ତି ପାଇଥିଲେ । ପରେ ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ଯକ୍ଷ ଭାବେ ତାଙ୍କୁ ରାଜ୍ୟ ସରକାର ନିଯୁକ୍ତ କରିଥିଲେ ।ତାଙ୍କ ମୃତ୍ୟୁ ଖବର ପାଇ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଶୋକ ପ୍ରକାଶ କରିଛନ୍ତି l
Sign in
Sign in
Recover your password.
A password will be e-mailed to you.