ସେପ୍ଟେମ୍ବର ୧୩ ରେ ଓଡିଶାରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର, ସେପ୍ଟେମ୍ବର ୯: ଉତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଯାହା ଫଳରେ ଏହାର ପରଦିନ ଏହା ଏକ ଲଘୁଚାପରେ ପରିଣତ ହୋଇପାରେ ବୋଲି ସୋଆ ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ କୁହାଯାଇଛି ।
ସେପ୍ଟେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଓଡିଶାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ଓ ପରବର୍ତୀ କାଳରେ ଏଥିରେ ବୃଦ୍ଧି ହୋଇପାରେ ବୋଲି ସିଇସି ବୁଲେଟିନ୍ ପ୍ରକାଶ କରିଛି ।
ଏହି ବୁଲେଟିନ୍‌ରେ କୁହାଯାଇଛି ଯେ ସେପ୍ଟେମ୍ବର ୧୩ ରୁ ୧୫ ମଧ୍ୟରେ ଉପକୂଳ, ଉତର ଓ ପଶ୍ଚିମ ଓଡିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହା ସେପ୍ଟେମ୍ବର ୧୬ରୁ ହ୍ରାସ ପାଇବ । ତେବେ ପଶ୍ଚିମ ଓଡିଶାରେ ଗୋଟିଏ ବା ଦୁଇଟି ସ୍ଥାନରେ ସେପ୍ଟେମ୍ବର ୧୬ରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ସେପ୍ଟେମ୍ବର ୧୮ ପରେ ରାଜ୍ୟରେ ପାଣିପାଗରେ ଉନ୍ନତି ଘଟିବ ବୋଲି ବୁଲେଟିନ୍‌ରେ କୁହାଯାଇଛି ।

Leave A Reply

Your email address will not be published.