ନବନିଯୁକ୍ତ ଶିକ୍ଷକ ପ୍ରଶିକ୍ଷକମାନଙ୍କୁ ସମଗ୍ର ଶିକ୍ଷାର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ପ୍ରଶିକ୍ଷଣ ପ୍ରଦାନ

0

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର (ଓସେପା)ର ସମ୍ମିଳନୀ କକ୍ଷରେ ତା. ୧୪.୦୯.୨୩ରିଖରେ ଓଡ଼ିଶାର ବିଭିନ୍ନ ଜିଲ୍ଳା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଏବଂ ବ୍ଲକ ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନରେ ନିଯୁକ୍ତି ପାଇଥିବା ଶିକ୍ଷକ ପ୍ରଶିକ୍ଷକମାନଙ୍କୁ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଦିଗଦର୍ଶନ ଦିଆଯାଇଥିଲାା
ଉକ୍ତ କାର୍ଯ୍ୟକ୍ରମରେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଶ୍ରୀଯୁକ୍ତ ଅନୁପମ ସାହା ଅଧ୍ୟକ୍ଷତା କରିଥିଲୋ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ନୂତନ ଭାବରେ ଯୋଗ ଦେଇଥିବା ଶିକ୍ଷକ ପ୍ରଶିକ୍ଷକମାନଙ୍କୁ ଓସେପାର ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ସମ୍ୟକ ଧାରଣା ଦେଇଥିଲୋ ଶ୍ରୀଯୁକ୍ତ ସାହା ସମସ୍ତ ଶିକ୍ଷକ ପ୍ରଶିକ୍ଷକମାନଙ୍କୁ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ନିଷ୍ଠାର ସହିତ କାମ କରିବା ପାଇଁ ପରାମର୍ଶ ଦେଇଥିଲୋ
ଅନ୍ୟମାନଙ୍କ ମଧ୍ୟରେ ଓସେପାର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଭଗବାନ ବେହେରା, ଓସେପା ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟାବଳୀ ଉପରେ ଏକ ବିସ୍ତୃତ ବିବରଣୀ ଉପସ୍ଥାପନ କରିଥିଲୋ
ଉକ୍ତ କାର୍ଯ୍ୟକ୍ରମକୁ ଓସେପାର ବିଭିନ୍ନ ପଦାଧିକାରୀମାନେ ପରିଚାଳନା କରିଥିଲୋ ଆଲୋଚନା ସମୟରେ ସେମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ପୁଙ୍ଖାନୁପୁଙ୍ଖ ଭାବରେ ପ୍ରଦାନ କରିଥିଲୋ
ଏହି ଅବସରରେ ଶିକ୍ଷକ ପ୍ରଶିକ୍ଷକମାନେ ଓସେପା କାର୍ଯ୍ୟାଳୟର ବିଭିନ୍ନ ବିଭାଗ ପରିଦର୍ଶନ କରିଥିଲୋ ପରିଶେଷରେ ଓସେପାର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ରମେଶ ଚନ୍ଦ୍ର ସେଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲୋ

Leave A Reply

Your email address will not be published.