ଭଞ୍ଜନଗର ରୁ ଉଦୟନାଥ ପଣ୍ଡା: ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜଗମୋହନ ମୀନା ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୨୦୩ ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୮୯ ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୧୪ ଟି ଥିଲା,ଜିଲ୍ଲାପାଳ ତ୍ୱରିତ ୧୪ ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯୋଗ ସମୟରେ ଜିଲ୍ଲାପାଳ ୧୪ ଜଣଙ୍କୁ (ଭିନ୍ନକ୍ଷମ ଏଂବ ବାର୍ଦ୍ଧକ୍ୟ )ଭତ୍ତା ପ୍ରଦାନ ସହିତ ଜଣଙ୍କୁ ଏକ ହୁଇଲ ଚେୟାର ପ୍ରଦାନ କରିଥିଲେ। ଏବଂ ଏହା ସହିତ ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ସହାୟତା ପାଣ୍ଠିରୁ ଜଣକୁ ୩୦ ହଜାର ଟଙ୍କା ପ୍ରଦାନ କରିଥିଲେ ,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଗଞ୍ଜାମ ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଶ୍ରୀ ଭି, କୀର୍ତିଭାସନ ,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତିଶଙ୍କର ରାୟ,ଭଞ୍ଜନଗର ଅତରିକ୍ତଆରକ୍ଷୀ ଅଧିକ୍ଷିକ ପ୍ରଫୁଲ କୁମାର ଶ୍ରୀ ବଡ଼ଜେନା, ଏସ.ଡ଼ି.ପି.ଓ. ଶ୍ରୀ ବିଶ୍ୱାମିତ୍ର ହରପାଲ , ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ, ଭଂଜନଗର ବି.ଡ଼ି ଓ. ଶ୍ରୀ ଶଶିଭୂଷଣ ମହାପାତ୍ର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କଲ୍ୟାଣୀ ଦାଶ, ଉତ୍ତର ବନ ଖଣ୍ଡ ଅଧିକାରୀ ଶ୍ରୀ ସୁଦର୍ଶନ ବେହେରା ,ଭଂଜନଗର ତହସିଲଦାର ଶ୍ରୀ ଅଚ୍ୟୁତା ନନ୍ଦ ଯାନୀ,ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଏସିଓ ଶବର ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ମହୋଦୟ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.