ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ମହାରାଜା ଶ୍ରୀ ଗୌରଚନ୍ଦ୍ର ଗଜପତି ସଭାକକ୍ଷ ଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ପ୍ରଶିକ୍ଷଣ ପରିଷଦ, ଭୁବନେଶ୍ୱର ଆନୁକୁଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ତରୀୟ ଲୋକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି।
ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ମନୋଜ ରଞ୍ଜନ ଦଳାଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ।
ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୋନାଲିସା ଦାଶ ସ୍ବାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ଶ୍ରୀଯୁକ୍ତ ଆମ୍ପୋଲୁ ରବି କୁମାର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିବା ସଙ୍ଗେ ସଙ୍ଗେ ଲୋକ ନୃତ୍ୟର ନିୟମାବଳୀର ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଯଥା:- ଲୋକ ନୃତ୍ୟ ଯେକୌଣସି ଦେଶର ସଂସ୍କୃତିର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ କାରଣ ଏହା ଲୋକଙ୍କ ପିତୃପୁରୁଷଙ୍କୁ ପ୍ରତିଫଳିତ କରିଥାଏ। ଲୋକ ନୃତ୍ୟ ହୁଏତ ଶହ ଶହ ବର୍ଷ କିମ୍ବା ହଜାରେ ବର୍ଷ ବିତିଯାଇପାରେ। କିନ୍ତୁ ବିଭିନ୍ନ ଅଞ୍ଚଳ ତଥା ସଂସ୍କୃତିର ଲୋକ ନୃତ୍ୟ ସହିତ ଜଡିତ ସମୃଦ୍ଧ ସାଂସ୍କୃତିକ ଉତ୍ତରାଧିକାରୀ ଏବଂ ପରମ୍ପରାକୁ ସଂରକ୍ଷଣ , ପ୍ରୋତ୍ସାହନ ଏବଂ ପାଳନ କରିବା ସହ ଛାତ୍ରମାନଙ୍କୁ ସେମାନଙ୍କର ନୃତ୍ୟ ଦକ୍ଷତା ଏବଂ ସୃଜନଶୀଳତାର ବିକାଶ ପାଇଁ ଏକ ସୁଯୋଗ ପ୍ରଦାନ କରିବା ଏହାର ଉଦ୍ଦେଶ୍ୟ।
ମଞ୍ଚ ନିର୍ଦ୍ଦେଶକ ଏବଂ ନାଟ୍ୟକାର ଶ୍ରୀଯୁକ୍ତ ମନୋଜ ପାଢ଼ୀ ଓ ମଞ୍ଚ କଳାକାର ତଥା ନୃତ୍ୟ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ବିଚାରକ ରୂପେ ଯୋଗ ଦେଇଥିଲେ।
ପ୍ରତି ବ୍ଲକରୁ ମନୋନୀତ ହୋଇଥିବା ଛାତ୍ରମାନେ ଏହି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ ସରକାରୀ ଉଚ୍ଚ ବିଦ୍ୟାଳୟ , ରାୟଗଡ଼ା ଦଳ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସରକାରୀ ଉଚ୍ଚ ବିଦ୍ୟାଳୟ , କେ. ଏମ୍ ଭାଲିଆ ସାହି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ , ପାରଳାଖେମୁଣ୍ଡି ଏବଂ ଲକ୍ଷ୍ମୀ ନୃସିଂହ ବିଦ୍ୟାପୀଠ, ନୂଆଗଡ ଉଭୟ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେଥିରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଦଳ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି।
ସ୍ଥାନୀୟ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଲତା ଶୁଭଦର୍ଶିନୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଏବଂ ଏନ୍. ଜଗଦୀଶ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post