ଜଗତସିଂହପୁର,ତା-୨୫.୦୯.୨୦୨୩/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ଭା.ପ୍ର.ସେ. ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୦୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କୀୟ ୯୩ ଗୋଟି ଅଭିଯୋଗ,ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ଗ୍ରାମ୍ୟ ସମସ୍ୟା ସଂପର୍କୀୟ ୧୪ଟି,ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସଂପର୍କୀୟ ୨୭ଟି,ଆବାସ ଯୋଜନା ସମସ୍ୟା ସଂପର୍କୀୟ ୦୬ଟି, ଜମିଜମା ସମସ୍ୟା ସଂପର୍କୀୟ ୦୭ଟି, ରେଡକ୍ରସ୍ ପାଣ୍ଠିରୁ ସହାୟତା ପାଇବା ପାଇଁ ୦୧ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ ୦୩ ଟି,ଭତା ପାଇବା ପାଇଁ ୨୦ଟି, ପୋଲିସ ସହାୟତା ସଂପର୍କୀୟ ୦୨ଟି ଏବଂ ଅନ୍ୟାନ୍ୟ ୦୭ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୨୦ଟି ଅଭିଯୋଗର ଚତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧକ୍ଷକ ଶ୍ରୀ ରାହୁଲ ପି.ଆର, ସହକାରୀ ବିକାଶ-ତଥା- ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅଭିମନ୍ୟୁ ପଣ୍ଡା,ଗୋଷ୍ଠି ଉନ୍ନୟନ ଅଧିକାରୀ, ବାଲିକୁଦା ଶ୍ରୀ ବିକାଶ କୁମାର ମହାନ୍ତି, ତହସିଲଦାର, ବାଲିକୁଦା ଶ୍ରୀ ଅଂଶୁମାନ ଶତପଥ, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
Sign in
Sign in
Recover your password.
A password will be e-mailed to you.
Next Post