ଭୁବନେଶ୍ୱର, ୨୭/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ (ଏସ୍ପିଏସ୍) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିର ଛାତ୍ରଛାତ୍ରୀଙ୍କୁ ବୁଧବାର ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଡିଗ୍ରୀ ଉପାଧି ପ୍ରଦାନ କରାଯାଇଛି ।
୨୦୨୦, ୨୦୨୧ ଏବଂ ୨୦୨୨ ବ୍ୟାଚର ବି.ଫାର୍ମା, ଏମ୍ ଫାର୍ମା ଏବଂ ଏମ୍. ଏସ୍ସି (ବାୟୋଟେକ୍ନୋଲୋଜି)ର ଛାତ୍ରଛାତ୍ରୀମାନଙ୍କୁ ଏହି ଉପାଧି ପ୍ରଦାନ କରାଯାଇଛି । ମହାମାରୀ କରୋନା କାରଣରୁ ଏହି ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ସମାରୋହ ଅନୁଷ୍ଠିତ ହୋଇପାରି ନଥିଲା ।
ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ସୋଆ ଅନେକ ବିଦେଶୀ ବିଶ୍ୱବିଦ୍ୟାଳୟ ସହ ସହଭାଗିତା କରିଛି ଯାହା ଛାତ୍ରଛାତ୍ରୀଙ୍କ ପାଇଁ ଲାଭଦାୟକ ହେବ ବୋଲି ସେ କହିଥିଲେ ।
ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ପ୍ରଫେସର ନନ୍ଦ କହିଥିଲେ ଯେ ସେମାନେ ଏଭଳି ଏକ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଛନ୍ତି ଯାହାକି ଚଳିତ ୨୦୨୩ରେ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁସ୍ନାଲ୍ ରାଙ୍କିଙ୍ଗଫ୍ରେମ୍ୱାର୍କ (ଏନ୍ଆଇଆର୍ଏଫ୍) ରାଙ୍କିଙ୍ଗ୍ସରେ ଦେଶର ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟ ଭାବେ ମାନ୍ୟତା ପାଇଛି | ପ୍ରଫେସର ନନ୍ଦ କହିଥିଲେ ଯେ ଗବେଷଣା କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ନିମନ୍ତେ ସୋଆରେ ଅନେକ ଲ୍ୟାବ୍ ପ୍ରତିଷ୍ଠା କରାଯାଇଛି ଏବଂ ଅଟଳ ଇନୋଭେସନ୍ ମିଶନ ଅଧୀନରେ ଏକ ଇନ୍କ୍ୟୁବେସନ୍ କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ମଧ୍ୟ ବିଶ୍ୱବିଦ୍ୟାଳୟକୁ ମଞ୍ଜୁରି ଦିଆଯାଇଛି । ବିଶ୍ୱବିଦ୍ୟାଳୟ ପକ୍ଷରୁ ଗବେଷଣା, ସହଭାଗିତା, ପାଟେଂଟ ଓ ଷ୍ଟାର୍ଟଅପ୍ ଗୁଡ଼ିକୁ ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଥିଲେ ।
ବିଭିନ୍ନ କ୍ଷେତ୍ରରେ ସହଭାଗିତା ନିମନ୍ତେ ଅନେକ ଶିଳ୍ପ ଓ ବିଦେଶୀ ବିଶ୍ୱବିଦ୍ୟାଳୟ ସହ ସୋଆ ୧୩୭ ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିବା ସେ କହିଛନ୍ତି ।
ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର (ଡକ୍ଟର) ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗ୍ଜାମିନେସନ୍ ପ୍ରଫେସର (ଡକ୍ଟର) ମଞ୍ଜୁଳା ଦାସ, ଏସ୍ପିଏସ୍ର ଡିନ୍ ପ୍ରଫେସର ସୁଦାମ ଚନ୍ଦ ସି, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବିଭିନ୍ନ ବିଭାଗର ମୁଖ୍ୟ, ଏକାଡେମିକ କାଉନ୍ସିଲ୍ ସଦସ୍ୟ ଏବଂ ଫ୍ୟାକଲ୍ଟିମାନେ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.