ଉପଖଣ୍ଡ ସଦର ମହକୁମା ଠାରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

0 2

ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ କରାଯାଇଛି । ସକାଳୁ ବିଭିନ୍ନ ବିଦ୍ୟାଳୟରୁ ଶୋଭାଯାତ୍ରା ଆରମ୍ଭ ହୋଇ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ଏକତ୍ରିତ ହୋଇଥିଲେ । ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର, ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼, ଉପାଧ୍ୟକ୍ଷ ଶିବ ପ୍ରସାଦ ଗୌଡ଼, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ପୌର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ସରକା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ସେବା ସମାଜ (ଶିଶୁ ଯତ୍ନ ଅନୁଷ୍ଠାନ)ର ଛାତ୍ରୀମାନେ ଗାନ୍ଧୀ ଭଜନ ପରିବେଷଣ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମକୁ ପୌର କାର୍ଯ୍ୟାଳୟର ବସନ୍ତ ବେହେରା ଓ ଅନ୍ୟ ମନେ ସହଯୋଗ କରିଥିଲେ ।

Leave A Reply

Your email address will not be published.