ଦାରିଙ୍ଗବାଡ଼ି ଠାରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦ ଯାତ୍ରା ଅନୁଷ୍ଠିତ

0

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଅକ୍ଟୋବର ୨ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଠାରୁ ଡିସେମ୍ବର ୨୬ ତାରଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀ ପକ୍ଷରୁ ଦାରିଙ୍ଗବାଡ଼ି ଠାରେ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ କରାଯାଇଛି । ଦାରିଙ୍ଗବାଡ଼ ଚାରିଛକ ତଥା ଗାନ୍ଧୀ ଛକ ଠାରୁ ଆରମ୍ଭ କରି ମିଶ୍ର କଲ୍ୟାଣ ମଣ୍ଡପ ପର୍ଯ୍ୟନ୍ତ ଶତାଧିକ ବିଜେଡ଼ି ନେତା ଓ କର୍ମୀମାନେ ହାତରେ ଦଳୀୟ ପତାକା ଧରି ପଦ ଯାତ୍ରା କରି ପହଞ୍ଚି ମିଶ୍ର କଲ୍ୟାଣ ମଣ୍ଡପ ଠାରେ ପହଞ୍ଚିବା ପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଘୁ.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଅନ୍ୟତମ ମୁଖ୍ୟ ଅତିଥି ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ର ଅଧ୍ୟକ୍ଷ ରୋଦନ ମଳିକ, ଟିଡିସିସି ଉପାଧ୍ୟକ୍ଷ ଦିଲିପ କୁମାର ପ୍ରଧାନ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସାଧବାଣୀ ନାୟକ, ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷ , ଦାରିଙ୍ଗବାଡ଼ି ଜିଲ୍ଲା ପରିଷଦ ସଭ୍ୟ ରଞ୍ଜନ ପ୍ରଧାନ, ଘୁ.ଉଦୟଗିରି ଜିଲ୍ଲା ପରିଷଦ ସଭ୍ୟା ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ଜନ ହିତକର ଜନ କଲ୍ୟାଣ ଯୋଜନା ଏବଂ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ଘରେ ଘରେ ପହଞ୍ଚାଇବା ହେଉଛି ଏହି ଜନ ସମ୍ପର୍କ ପଦ ଯାତ୍ରା ର ମୁଖ୍ୟ ଲକ୍ଷ୍ୟ ବୋଲି ଅତିଥିମାନେ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମକୁ ରାଇକିଆ ବ୍ଲକ ବିଜେଡ଼ି ସଭାପତି ରାଜମୋହନ ଦିଗାଳ ପରିଚାଳନା କରିଥିବା ବେଳେ ଦାରିଙ୍ଗବାଡ଼ି ବ୍ଲକ ବିଜେଡ଼ି ସମେତ ନିର୍ବାଚନ ମଣ୍ଡଳୀର ନେତୃତ୍ବ ବ୍ୟକ୍ତିମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।

Leave A Reply

Your email address will not be published.