ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଜୟନ୍ତୀ ପାଳିତ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସୋମବାର ଦିନ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର , ପାରଳାଖେମୁଣ୍ଡି ଠାରେ ଉତ୍କଳ ଜନନୀଙ୍କର ସୁଯୋଗ୍ୟ ସନ୍ତାନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।
ଏହି ଅବସରରେ ବିଦ୍ୟାଳୟର ବରିଷ୍ଠ ମାତୃଭାଷା ଆଚାର୍ଯ୍ୟ ଶ୍ରୀଯୁକ୍ତ ଗୋପାଳକୃଷ୍ଣ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସମ୍ବନ୍ଧରେ ସମ୍ୟକ ଭାବେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗୋପବନ୍ଧୁ ଙ୍କର ନୀତି ଆଦର୍ଶକୁ ଅନୁପ୍ରାଣିତ କରିବା ଉଦ୍ଦେଶ୍ୟରେ ଏହି ଦିନଟିକୁ ଶିଶୁ ମନ୍ଦିର ପକ୍ଷରୁ ସେବା ଦିବସ ଭାବେ ପାଳନ କରାଯାଇଥାଏ।
ଏଣୁ ଏହି ଦିନ ସ୍ଥାନୀୟ ହସପିଟାଲର ରୋଗୀ ମାନଙ୍କୁ , କୁଷ୍ଠାଶ୍ରମର ରୋଗୀ ମାନଙ୍କୁ ଓ ଅନାଥାଶ୍ରମର ଅନ୍ତେବାସୀ ମାନଙ୍କୁ ଛାତ୍ରଛାତ୍ରୀ ଙ୍କ ଜରିଆରେ ଫଳ ଓ ବିସକୁଟ୍ ବଣ୍ଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ନେତୃତ୍ୱରେ ତଥା ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା।

Leave A Reply

Your email address will not be published.