ଜଗତସିଂହପୁର/ସୁମନ୍ତ କୁମାର ଦାସ:ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦର ମିଳିତ ଆନୁକୂଲ୍ୟ ରେ ଉତ୍କଳ ମାତାର ସୁଯୋଗ୍ଯ ସନ୍ତାନ, ମହାନ ଦେଶଭକ୍ତ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ 146 ତମ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଅଛି।ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାଓ୍ବରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଗୋପବନ୍ଧୁ ନଗର ଉଦ୍ୟାନ ରେ ସେହି ମହାପ୍ରାଣ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।ଅନ୍ୟମାନଙ୍କ ମଧ୍ଯରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଂଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା,ବରିଷ୍ଠ ସାମ୍ବାଦିକ ରାଧାକାନ୍ତ ମିଶ୍ର, ଆଇନଜୀବୀ ନରେଶ ଦାସ,ବୀର ନାରାୟଣ ପାତ୍ର, ଅଧ୍ୟାପକ ନିରଂଜନ ବିଶ୍ବାଳ , ଭଗବାନ ଦାଶ ,ଦିପକ ପଟ୍ଟନାୟକ, ପୌରପରିଷଦ କର୍ମଚାରୀ ପ୍ରମୁଖ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.