ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ବ୍ଲକ୍ ର ସମସ୍ତ ଏଗାରଟି କ୍ଲଷ୍ଟର୍ ରେ କ୍ଲଷ୍ଟର୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଗାଙ୍ଗପୁର କ୍ଳଷ୍ଟର୍ ସିଆରସିସି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୋରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗାଙ୍ଗପୁର କ୍ଲଷ୍ଟର୍ ସ୍ତରୀୟ ସୁରଭି ଏବଂ ମିଲେଟ୍ ମିଶନ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଶିକ୍ଷକ ରାମଚନ୍ଦ୍ର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବୋରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାସ, ପ୍ରାକ୍ତନ ସିଆରସିସି ବାଲକୃଷ୍ଣ ସାବତ, ଖଇରପୁଟି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ମିଶ୍ର ପ୍ରଦୀପ,ଗାଙ୍ଗପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ପ୍ରଜ୍ଜ୍ୱଳନ କରି ଉଦ୍ଘାଟନ କରିଥିଲେ I ଏହି ଅବସରରେ ଗାଙ୍ଗପୁର କ୍ଲଷ୍ଟର୍ ସମସ୍ତ ବିଦ୍ୟାଳୟରୁ ଆସିଥିବା ଚତୁର୍ଥରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ଅପରାହ୍ଣରେ ଅନୁଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅତିଥି ରୂପେ ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ବାଲୁଙ୍କେଶ୍ଵର ଷଡ଼ଙ୍ଗୀ,ସ୍ଥାନୀୟ ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର କୁମାର ଡାକୁଆ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନ,ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ରବୀନ୍ଦ୍ର ବିଷୋୟୀ ଯୋଗ
ଦେଇ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ବୋରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ କ୍ଳଷ୍ଟର୍ ର ସମସ୍ତ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ସିଆରସିସି ମୃତ୍ୟୁଞ୍ଜୟ ପଣ୍ଡା ଧନ୍ୟବାଦ ଜ୍ଞାପନ କରିଥିଲେ I
Sign in
Sign in
Recover your password.
A password will be e-mailed to you.