ଗାଙ୍ଗପୁର ଉଚ୍ଚ ବିଦ୍ୟାଳୟରେ 5T ରୂପାନ୍ତରିତ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଥମ ବ୍ଳକ୍ ସ୍ତରୀୟ ସମ୍ମିଳନୀ

0 2

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆଜି ରାଜ୍ୟର 314 ବ୍ଳକ୍ ରେ 5T ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ମାନଙ୍କର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ବେଲଗୁଣ୍ଠା ବ୍ଳକ୍ ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଥମ ବ୍ଳକ୍ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଯୋଗ ଦେଇଥିବା ବେଳେ କାର୍ଯ୍ୟକ୍ରମରେ ବ୍ଳକ୍ ର ତେଇଶିଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶଗ୍ରହଣ କରିଥିଲେ I ଏହି ଅବସରରେ ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ରାଜ୍ୟ ସରକାରଙ୍କ ସମସ୍ତ ମାର୍ଗଦର୍ଶିକାକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ I ବିଶେଷ କରି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର,ସ୍କୁଲ୍ କ୍ଲବ୍ ଗଠନ,ହାଉସ୍ ସିଷ୍ଟମ୍,ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣା ସାଇକେଲ୍ ପାଇଁ 3500 ଟଙ୍କାର ସହାୟତା ରାଶି ପ୍ରଦାନ, ରୂପାନ୍ତରିତ ବିଦ୍ୟାଳୟ ମାନଙ୍କର ରକ୍ଷଣାବେକ୍ଷଣ ଓ ଦାୟିତ୍ୱ ସମ୍ପର୍କରେ ଆଲୋଚନା ହୋଇଥିଲା I ଉପସ୍ଥିତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନେ ସରକାରଙ୍କର ଉଚ୍ଚ ବିଦ୍ୟାଳୟ ଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ I ଏହି ରୂପାନ୍ତରଣ କାର୍ଯ୍ୟକ୍ରମ ମାଧ୍ୟମରେ ବିଦ୍ୟାଳୟର ଭିତ୍ତିଭୂମି, ଶୈକ୍ଷିକ ବାତାବରଣ ଏବଂ ଗୁଣାତ୍ମକ ଶିକ୍ଷାରେ ଉନ୍ନତି ଘଟିଥିବାରୁ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନେ ଖୁସି ପ୍ରକଟ କରିଥିଲେ I ଆସନ୍ତା ମାସରେ ଏହି ସମ୍ମିଳନୀ ତନରଡା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୂଳରେ ଅନୁଷ୍ଠିତ ହେବ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଥିଲେ I

Leave A Reply

Your email address will not be published.