ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଗତ ଦୁଇଦିନ ଧରି ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କେସି କ୍ଲବଠାରେ ଚାଲିଥିବା ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ଯୋଗଦାନ କରି ବିଜୟୀ ପ୍ରତିଯୋଗୀ ମାନଙ୍କୁ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରିଥିଲେ। ବରିଷ୍ଠ ବର୍ଗରେ ସ୍ୱୟଂ ପ୍ରକାଶ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ ଜାଗୃତି ଘଡେ଼ଇ, ତୃତୀୟରେ ଧର୍ମେଶ ରାୱଲ,ଚତୁର୍ଥରେ ରାଜା ପ୍ରଧାନ ଏବଂ ପଞ୍ଚମ ସ୍ଥାନରେ କ୍ରୀଷ୍ଣ ରାଓ ଦୋରା ପ୍ରମୁଖ କୃତିତ୍ବ ହାସଲ କରି ପୁରସ୍କୃତ ହୋଇଛନ୍ତି। ସେହିପରି କନିଷ୍ଠ ବର୍ଗରେ ଶୁଭସ୍ମିତା ପ୍ରିୟଦର୍ଶିନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ କୁଇନ କନସାଇନ ହରିଚନ୍ଦନ, ତୃତୀୟରେ ଏସ. ଅର୍ପିତ ସାହୁ,ଚତୁର୍ଥରେ ଲୋକନାଥ ସାହୁ ଏବଂ ପଞ୍ଚମରେ ପ୍ରତୀକ୍ଷା ଦାସ ପ୍ରମୁଖ ପୁରସ୍କୃତ ହୋଇଛନ୍ତି। ଅନ୍ତିମ ସମାରୋହରେ ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁଙ୍କ ପୌରହିତ୍ୟିରେ ଆୟୋଜିତ ସଭାରେ ସମ୍ପାଦକ ରିତେଶ ରଥ, କେସି କ୍ଲବ ସଭାପତି ଭାଗିରଥି ଦାସ ଏବଂ ସମ୍ପାଦକ ସଂଗ୍ରାମ ଗୁମାନସିଂ ପ୍ରମୁଖ ମଞ୍ଚସିନ ଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୬୧ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ସ୍ୱିସ ଲିଗରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟକୁ ଆର୍ବିଟର ବିଷ୍ଣୁପ୍ରସାଦ ପୁରୋହିତ ପରିଚାଳନା କରିଥିଲେ। ଚେସ ଆସୋସିଏସନ କୋଷାଧ୍ୟକ୍ଷ ତାରୁନ ଖାଁ ମଞ୍ଚ ପରିଚାଳନା କରିଥିବା ବେଳେ ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ ଲକ୍ଷ୍ମୀଧର ସାହୁ, ଉମାକାନ୍ତ ମିଶ୍ର, ବାଲାରସେନ ପାତ୍ର ପ୍ରମୁଖ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post