ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଏକ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି।
ଏହି ପାଠଚକ୍ରରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ ରୀନା ସାହୁ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମୀନକେତନ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ଶ୍ରୀ ଦୁର୍ଗା ପ୍ରସାଦ ପଟ୍ଟନାୟକ ପାଠଚକ୍ରରେ ଛାତ୍ରୀ ମାନଙ୍କୁ ଭାରତରେ ଦଳୀୟ ବ୍ୟବସ୍ଥା ସମ୍ବନ୍ଧରେ ଆଲୋଚନା କରିଥିଲେ । ତୃତୀୟ ବର୍ଷ କଳାଛାତ୍ରୀ ମାନେ ସଂନ୍ଦର୍ଭ ଉପସ୍ଥାପନ କରିଥିଲେ।
ଶେଷରେ ରାଜନୀତି ବିଜ୍ଞାନର ଅଧ୍ୟାପକ ଶ୍ରୀ କୃଷ୍ଣ ଚନ୍ଦ୍ର ପଣ୍ଡିତ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପାଠଚକ୍ରରେ ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ସ୍ବାଗତ କରାଯାଇଥିଲା ତା’ ସହ ତୃତୀୟ ବର୍ଷର ଛାତ୍ରୀମାନେ ଏଥିରେ ବହୁ ସଂଖ୍ୟାରେ ଯୋଗଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.