ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ତାଙ୍ଗେଲି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାଙ୍ଗେଲି ସମେତ ପୁତୁରୁପଡ଼ା , ବେତାରସିଂ ଓ ଅତାରସିଂ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୮୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୨ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୫୮ ଓ ୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
୩ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା। ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ନୂଆଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଲୋକନାଥ ଶବର , ସ୍ଥାନୀୟ ସରପଞ୍ଚ , ତହସିଲଦାର ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.