ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍. କୁମାର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି , କତଳକଇଥା , ବାଘଶାଳା , ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୩୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୧ ଗୋଟି ଓ ୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଚାରି ଜଣଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ ପ୍ରଦାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମୋ ଘର ଯୋଜନା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.