-
୩ ଦିନିଆ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବେ ୬୦୦ ଜିଲ୍ଲାସ୍ତରୀୟ ବିଜେତା
-
ପ୍ରଥମ ଦିବସରେ ହେବ ଫୁଟବଲ, ଲଙ୍ଗ ଜମ୍ପ, ହାଇ ଜମ୍ପ ଏବଂ ଚେସ
-
ୟୁ ଟୁବ୍ ଲାଇଭ ରେ ସାରା ବିଶ୍ୱ ଦେଖିବ ଓଡ଼ିଶାର କ୍ରୀଡାବିତଙ୍କ ପ୍ରତିଭା
ଭୁବନେଶ୍ୱର: ଓଡ଼ିଶାର ବିଶ୍ୱପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ ମହିଳା ଶିଶୁ ବିକାଶ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଦ୍ୱାରା ଆନୁଷ୍ଠାନିକ ଭାବେ ଆରମ୍ଭ ହେଇଯାଇଛି ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉତ୍ସବ “ଉତ୍ସାହ’ | ଏହି ଉତ୍ସବରେ ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଶୁମାନଙ୍କୁ ପ୍ରୋତ୍ସାହିତ କରିଥିଲୋ କ୍ରୀଡା ପ୍ରତିଯୋଗିତା ଦ୍ୱାରା ଶିଶୁମାନଙ୍କର ନେତୃତ୍ୱ ଦଳଗତ କାର୍ଯ୍ୟ, ଅନୁଶାସନ, ନ୍ୟାୟ ସମାନତା ଗୁଣ ଉନ୍ନତି ହେବା ସହ ସାମାଜିକ ମୂଲ୍ୟବୋଧକୁ ଜାଗ୍ରତ କରେଇବ ବୋଲି ଶ୍ରୀମତୀ ହେମ୍ବ୍ରମ ମତବ୍ୟକ୍ତ କରିଛନ୍ତିା
ଏହି ଉତ୍ସବରେ ପଞ୍ଚାୟତିରାଜ ବିଭାଗ ଅଧିନସ୍ଥ ଓରମାସ୍ ର ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ଗୁହା ପୂନମ ତାପସ କୁମାର ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲୋ ଏହି ଯୁବ କ୍ରୀଡାବିତ୍ମାନଙ୍କର ଉତ୍ସାହ ଓ ଉଲ୍ଲେଖନୀୟ ପ୍ରଦର୍ଶନ ଅନ୍ୟମାନଙ୍କୁ ପ୍ରେରଣା ଯୋଗେଇବା ସହ ଓଡ଼ିଶାର କ୍ରୀଡା କ୍ଷେତ୍ରକୁ ଆହୁରି ସୁଦୃଢ କରିବ ବୋଲି ସେ ମତବ୍ୟକ୍ତ କରିଛନ୍ତିା
ଆଜିର ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ସମଗ୍ର ରାଜ୍ୟର ୨୨୮ ଶିଶୁ ଯତ୍ନ ଅନୁଷ୍ଠାନର ପ୍ରାୟ ୬୦୦ ଜିଲାସ୍ତରୀୟ ବିଜେତାମାନଙ୍କ ମଧ୍ୟରେ ଫୁଟବଲ, ଲଙ୍ଗ ଜମ୍ପ, ହାଇ ଜମ୍ପ ଏବଂ ଚେସର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛିା ଶିଶୁ ଯନି ଅନୁଷ୍ଠାନର ଛୋଟ ଛୋଟ ପିଲାମାନଙ୍କର ଉତ୍ସାହ ଓ ପ୍ରଦର୍ଶନ ଦେଖି ସେ ଗର୍ବିତ ବୋଲି ମହିଳା ଶିଶୁ ବିକାଶ ବିଭାଗର କମିସନର ତଥା ସଚିବ ଶୁଭା ଶର୍ମା କହିଥିଲୋ ଆଜିର ଏହି କାର୍ଯ୍ୟକ୍ରମ ଶିଶୁମାନଙ୍କ ସ୍ୱପ୍ନ କୁ ଡେଣା ଯୋଗେଇବ ବୋଲି ସେ ଆଶା ପୋଷଣ କରିଛନ୍ତିା
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଶ୍ରୀମତୀ ରେଗା ଗୀତାରାଣୀ ପଟ୍ଟନାୟକ ସ୍ୱାଗତ ଭାଷଣ ଦେଇଥିଲେ ଓ ଶିଶୁ ସୁରକ୍ଷା ସମିତିର ପ୍ରବନ୍ଧକ ଶ୍ରୀ ପ୍ରୀତିକାନ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲୋ