ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଦୀପାବଳୀ ଉତ୍ସବ ପାଳିତ ହୋଇଯାଇଛି।
ସ୍ଥାନୀୟ ଦେବୀମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାଶ ଓ ବିଦ୍ୟାଳୟର ପରିଚାଳନା କମିଟିର ସହ ସମ୍ପାଦକ ଶ୍ରୀ ଜନ୍ମେଜୟ ସାହୁଙ୍କ କର କମଳରେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।
ଆସନ୍ତା ଜାନୁଆରୀ ୨୨ ତାରିଖ ଦିନ ଅଯୋଧ୍ୟାରେ ଶ୍ରୀରାମଜନ୍ମଭୂମି ଠାରେ ପ୍ରଭୁ ଶ୍ରୀରାମଙ୍କର ଭବ୍ୟ ମନ୍ଦିର ଉଦ୍ଘାଟନର ଶୁଭକାମନା ପୂର୍ବକ ଛାତ୍ରଛାତ୍ରୀ ମାନେ ଏହି ଅବସରରେ ୫୦୦୦ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଛାତ୍ରଛାତ୍ରୀ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ ତଥା ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ହୋଇଥିଲା।
Sign in
Sign in
Recover your password.
A password will be e-mailed to you.
Next Post