ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଡମ୍ୱଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର , ଶ୍ରୀମତୀ ମରୀୟମ ରଇତ , ଅଧ୍ୟକ୍ଷା , ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଜପତି ଓ ଶ୍ରୀଯୁକ୍ତ ଫାଲଗୁନି ମାଝୀ , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା , ପାରଳାଖେମୁଣ୍ଡି , ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡମ୍ୱଡ଼ା ସମେତ ରାଗିଡି , ବଡ଼କଳାକୋଟ ଓ ଗୁମ୍ମା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୨୧୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୭୫ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୪୧ ଓ ୪୭ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି , ସେହିପରି ଜଙ୍ଗଲ ଜମି ପଟ୍ଟା ୬୭ ଜଣଙ୍କୁ ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ , ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶରତ କୁମାର ପାତ୍ର , ତହସିଲଦାର ଶ୍ରୀ ଜୟଦର୍ତ୍ତ ଆଚାର୍ଯ୍ୟ , ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ଜ୍ଞାନ ରଞ୍ଜନ ମାଝୀ , ସ୍ଥାନୀୟ ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post