ବିରିଡି ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

0 2

ଜଗତସିଂହପୁର,ତା-୧୩,୧୧.୨୦୨୩/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବିରିଡି ବ୍ଳକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ, ଭା.ପ୍ର.ସେ, ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୫୬ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୪୯ ଗୋଟି ଅଭିଯୋଗ, ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ ଗ୍ରାମ୍ୟ ସମସ୍ୟା ସଂପର୍କୀୟ ୦୭ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସଂପର୍କୀୟ ୦୧ଟି,ଆବାସ ଯୋଜନା ସମସ୍ୟା ସଂପର୍କୀୟ ୦୧ଟି, ଜମିଜମା ସମସ୍ୟା ସଂପର୍କୀୟ ୯ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ ୦୭ଟି, ଭର୍ତ୍ତା ପାଇବା ପାଇଁ ୦୩ଟି,ପୋଲିସ ସହାୟତା ସଂପର୍କୀୟ ୧ଟି ଏବଂ ଅନ୍ୟାନ୍ୟ ୧୩ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୯ଟି ଅଭିଯୋଗର ତତ୍‌କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧ୍ୟକ୍ଷକ ଶ୍ରୀ ରାହୁଲ ପି.ଆର, ମୁଖ୍ୟ ବିକାଶ-ତଥା- ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ରବିନାରାୟଣ ସେଠୀ, ଉପଖଣ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ରଶ୍ମି ରଞନ ସାହୁ, ବିରିଡି ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତା ମମତା ପାତ୍ର, ଗୋଷ୍ଠି ଉନ୍ନୟନ ଅଧିକାରୀ, ବିରିଡି ଡାକ୍ତର ବେବିତା ମଞ୍ଚରୀ ନାୟକ, ତହସିଲଦାଲ, ବିରିଡି ଶ୍ରୀ ସଞ୍ଜୟ କୁମାର ବେହେରା, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।

Leave A Reply

Your email address will not be published.