ବାଣପୁର (ସେକ୍ କୌସର): ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘର ୪୪ ତମ ବାର୍ଷିକ ଉତ୍ସବ ସ୍ଥାନୀୟ କୋର୍ଟ ପରିସର ମଧ୍ୟରେ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣପୁର ବିଚାର ବିଭଗୀୟ ଅଦାଲତର ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ ମିଶ୍ର ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବାଣପୁରଜେଏମଏଫସି ସ୍ମାତକୀ ଦାସ ଏବଂ ସମ୍ମାନିତ ଅତିଥି ଭାବେ ଚିଲିକା ଜେଏମଏଫସି ବିକାଶ ଗୋଏଲ ଯୋଗଦେଇଥିଲେ।ବାଣପୁର ଓକିଲ ସଂଘର ସଭାପତି ବୃନ୍ଦାବନ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ସଂଘର ସମ୍ପାଦକ ସୁଧୀର ପ୍ରଧାନ ବାର୍ଷିକ ବିବରଣୀ ପାଠ କରିଥିଲେ। ଅତିଥିମାନେ ପ୍ରଥମେ ବାଣପୁରର ଅଧିଷ୍ଠାତ୍ରୀ ଦେବି ମା’ ଭଗବତୀଙ୍କ ପଟ୍ଟଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ବଳନ କରିବାପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା।ଉକ୍ତ ଉତ୍ସବ କେବଳ ଆଇନଜୀବୀ ସଭ୍ୟମାନଙ୍କ ମଧ୍ୟରେ ସୀମିତ ରହିଥିବାବେଳେ ସଂଘର ଅନ୍ୟାନ୍ୟ କର୍ମକର୍ତ୍ତା ଯଥା ଉପସଭାପତି ପଦ୍ମଜା ପଟ୍ଟନାୟକ, ସହ ସମ୍ପାଦକ ନରେନ୍ଦ୍ର କୁମାର ନାୟକ ଓ କାର୍ଯ୍ୟକାରୀ କମିଟିର ସଦସ୍ୟ ଯଥା ଦେବବ୍ରତ ବଡ଼ଜେନା, ପ୍ରଶାନ୍ତ ମହାନ୍ତି ଆଦି ସକ୍ରିୟ ସହଯୋଗ କରିଥିବା ବେଳେ ଆଇନଜୀବୀ ରଞ୍ଜନ କୁମାର ବେଦମତ୍ତା ଏବଂ ଜଗଦିଶ ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ। ପରିଶେଷରେ ସଂଘର ଉପସଭାପତିଙ୍କ ଦ୍ୱାରା ଧନ୍ୟବାଦ ଅର୍ପଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଚିଲିକା ବାଣପୁର ଅଞ୍ଚଳର ବହୁ ସମାଜସେବୀ ଏବଂ ସାମ୍ବାଦିକ ମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l
Sign in
Sign in
Recover your password.
A password will be e-mailed to you.
Prev Post
Next Post