ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ଡିସେମ୍ବର ମାସ ୧୫ ତାରିଖରୁ ପର୍ଯ୍ୟାୟ କ୍ରମେ ବିଭିନ୍ନ ବ୍ଲକର ମଣ୍ଡି ରୁ ଧାନ କ୍ରୟ ନିମନ୍ତେ ବିଭିନ୍ନ ପଦକ୍ଷେପ ଉପରେ ବିଶେଷ ଆଲୋଚନା ହୋଇଥିଲା।
ବୈଠକରେ ଶ୍ରୀଯୁକ୍ତ କେ.ନାରାୟଣ ରାଓ , ମାନ୍ୟବର ବିଧାୟକ , ପାରଳାଖେମୁଣ୍ଡି , ମାନ୍ୟବର ସାଂସଦଙ୍କ ପ୍ରତିନିଧି ଏସ୍. ଲିଙ୍ଗରାଜ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ ଓ ଡ଼. ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ , ଜିଲ୍ଲାପରିଷଦ ଗଜପତି ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ ମହାନ୍ତି ପ୍ରମୁଖ ମଞ୍ଚାସୀନ ଥିଲେ।
ବୈଠକରେ ପ୍ରଥମେ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ କୁମାର ବେହେରା ସମସ୍ତଙ୍କୁ ସ୍ଵାଗତ କରି ଏଜେଣ୍ଡା ଅନୁଯାୟୀ ସଭା କାର୍ଯ୍ୟକୁ ଆଗେଇଥିଲେ। ଜିଲ୍ଲାପାଳ ଚାଷୀମାନଙ୍କ ସୁବିଧା ପାଇଁ ମଣ୍ଡିରେ ପର୍ଯ୍ୟାପ୍ତ ସୁବିଧା , ଶୀଘ୍ର ଧାନ ଉଠିବା ପାଇଁ ନିଆଯାଉଥିବା ପଦକ୍ଷେପ ନେବାକୁ ମତ ଦେଇଥିଲେ।
ଏହି ବୈଠକରେ ଚାଷୀ ପ୍ରତିନିଧି , ମିଲର ତଥା ପ୍ରଶାସନିକ ସହଯୋଗରେ ଚଳିତ ଖରିଫ ଧାନ ସଂଗ୍ରହ କରିବାକୁ ସର୍ବସମ୍ମତି କ୍ରମେ ଆଲୋଚନା କରଯାଇଥିଲା। ସୂଚନା ଅନୁଯାୟୀ କାଶୀନଗର , ଗୋଷାଣୀ , ରାୟଗଡ଼ ଓ ଗୁମ୍ମା ବ୍ଲକରେ ଡିସେମ୍ବର ୧୫ ତାରିଖ ଚଳିତ ବର୍ଷ ଏଫ୍.ଏ.କ୍ୟୁ ଧାନର ସରକାରୀ ଧାର୍ଯ୍ୟ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୧୮୩/- ଟଙ୍କା ଏବଂ ଗ୍ରେଡ-ଏ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୨୦୩/- ଟଙ୍କାରେ କିଣିବାକୁ ଧାର୍ଯ୍ୟ ରଖାଯାଇଛି।
ଚଳିତ ବର୍ଷ ଖରିଫ ଧାନ ବିକ୍ରୟ ପାଇଁ ଜିଲ୍ଲାରେ ୧୫୫୫୧ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଖରିଫ ୨୦୨୩-୨୪ ରେ ଜିଲ୍ଲାରେ ୫୪ ଗୋଟି ଧାନ ସଂଗ୍ରହ କେନ୍ଦ୍ର ଖୋଲାଯିବ , ଗୋଷାଣୀ ବ୍ଲକରେ ୨୫ , ଗୁମ୍ମା ବ୍ଲକରେ ୩ ,କାଶୀନଗର ବ୍ଲକରେ ୧୬ ଓ ରାୟଗଡ଼ା ୧ ଧାନ ସଂଗ୍ରହ କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ।
ଏହି ବୈଠକରେ ବିଭାଗୀୟ ଅଧିକାରୀ , ଜିଲ୍ଲା ଚାଷୀ ପ୍ରତିନିଧି , ମିଲର ସଭାପତି , ବିଭିନ୍ନ ବ୍ଲକରୁ ଚାଷୀ ପ୍ରତିନିଧି ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.