ବେଲଲଗୁଣ୍ଠା -:(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ତରଫରୁ ନୂତନ ଛାତ୍ର ଛାତ୍ରୀ ମାନଙ୍କୁ ସ୍ୱାଗତ କରାଯିବ ସହିତ ମୌଳକ ଅଧିକାର ବିଷୟ ଉପରେ ଏକା ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି। ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ଆବାହକତ୍ୱରେ ଆୟୋଜିତ ଆଲୋଚନା ଚକ୍ରରେ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀ ଅଜିତ କୁମାର ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ରୂପେ ଓଡ଼ିଆ ବିଭାଗର ମୁଖ୍ୟ ଡ଼ଃ ଗୁରୁମୂର୍ତ୍ତି ନାୟକ ମୁଖ୍ୟ ବକ୍ତା ଭାବେ ଇତିହାସ ବିଭାଗ ମୁଖ୍ୟ ଅଶୋକ କୁମାର ସ୍ୱାଇଁ ଓ ସମ୍ମାନିତ ଅତିଥି ରୂପେ ଇଁରାଜୀ ଅଧ୍ୟାପକ ଅଶୋକ କୁମାର ପ୍ରଧାନ, ଇତିହାସ ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ ପ୍ରମୁଖ ମଞ୍ଚସିନ ଥିଲେ।ଯୁକ୍ତ ତିନି ଦ୍ୱିତୀୟ ବର୍ଷର ଛାତ୍ରୀ ସୁଶ୍ରୀ ପୂଜାରାଣୀ ପୋଲେଇ ମୌଳିକ ଅଧିକାର ଶୀର୍ଷକ ସନ୍ଦର୍ଭ ପାଠ କରିଥିଲେ ଓ ଛାତ୍ର ଛାତ୍ରୀ ମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ରାଜନୀତି ବିଜ୍ଞାନ ବିଭାଗର ଅନ୍ୟତମ ଅଧ୍ୟାପକ ଡ଼ଃ ପ୍ରଫୁଲ୍ଲ କୁମାର ଜେନା ସଂଯୋଜନା ଓ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.