ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

0

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦାନ କରି ନିଜ ବକ୍ତବ୍ୟରେ ଜଣାଇଥିଲେ ଯେ, ଗଜପତି ଜିଲ୍ଲାର ସାମ୍ବାଦିକ ଗଣ ଜିଲ୍ଲାର ଅପହଞ୍ଚ ଅଞ୍ଚଳର ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ବିଭିନ୍ନ ଖବର ସଂଗ୍ରହ କରି ପ୍ରସାର ପ୍ରଚାର କରି ସମସ୍ତ କ୍ଷେତ୍ରରେ ଆଗକୁ ନେବାରେ ସଫଳ କରୁଛନ୍ତି। ଯେଉଁଭଳି ଭାବରେ ଖରା , ବର୍ଷା ଓ ଶୀତକୁ ଖାତିର୍ ନକରି କର୍ତ୍ତବ୍ୟ ନିଷ୍ଠା ସହିତ ଲୋକଙ୍କୁ ସଚେତନତାର ବାର୍ତ୍ତା ପହଞ୍ଚାଇଥିବା ସମସ୍ତ ଗଣମାଧ୍ୟମଙ୍କୁ ପ୍ରଶଂସା କରିଥିଲେ।
ଏହି ଉପଲକ୍ଷେ “କୁତ୍ରୀମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ” ଶୀର୍ଷକ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ବକ୍ତା ଭାବେ ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି କହିଥିଲେ ଗଣ ମାଧ୍ୟମ ପ୍ରତିନିଧିଙ୍କ ଖବର ସଂଗ୍ରହ ସମୟରେ ମୁଖ୍ୟ ଭୂମିକା ଓ କର୍ତ୍ତବ୍ୟ ସମ୍ପର୍କରେ ବିଷୟରେ ଆଲୋଚନା କରିଥିଲେ । ସମ୍ମାନିତ ଅତିଥି ଭାବରେ ଶ୍ରୀ ଗରୁଡ଼ଧ୍ଵଜ ଚୌଧୁରୀ ବରିଷ୍ଠ ସାମ୍ୱାଦିକ ଯୋଗ ଦେଇଥିବା ବେଳେ ଶ୍ରୀ ଡିଜେନ୍ଦ୍ର ନାଥ ପାଢ଼ୀ , ବରିଷ୍ଠ ସାମ୍ୱାଦିକ ସଭା ପରିଚାଳନା କରିଥିଲେ।
ଜିଲ୍ଲାର ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଆଲୋଚନା ଚକ୍ରରେ ଅଂଶଗ୍ରହଣ କରି ନିଜ ନିଜର ଅଭିଭାଷଣ ରଖିଥିଲେ। ଏହି ଅବସରରେ ସ୍ବର୍ଗତ ସତ୍ୟନାରାୟଣ ଚୌଧୁରୀ କାଶୀନଗର ବ୍ଲକର ସମ୍ବାଦ ଖବର କାଗଜ ପ୍ରତିନିଧିର ଧର୍ମ ପତ୍ନୀ କଳ୍ପନା ଚୌଧୁରୀଙ୍କୁ ସାମ୍ୱାଦିକ ମୃତ୍ୟ କାଳୀନ ଆର୍ଥିକ ସହାୟତା ରାଶି ସରକାରଙ୍କ ତରଫରୁ ୪ଲକ୍ଷ୍ୟ ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଛନ୍ତି।
ଏହି ଅବସରରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଛି।
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ନରସିଂହ ବଜବାନ୍ଧୁ ସହଯୋଗ କରିଥିଲେ।

Leave A Reply

Your email address will not be published.