ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ଘାଟିତ

0

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି I ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ନଗରପାଳ ଫିରୋଜ କୁମାର ସେଠୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ I ଏଥିରେ ସମ୍ମାନୀତ ଅତିଥି ରୂପେ ଅଧ୍ୟାପକ ଡ. ଗୁରୁମୂର୍ତ୍ତୀ ନାୟକ, ସନ୍ତୋଷ କୁମାର ପାଣିଗ୍ରାହୀ, ଅଶୋକ କୁମାର ସ୍ୱାଇଁ, ଅଶୋକ କୁମାର ପ୍ରଧାନ, ପ୍ରଫୁଲ୍ଲ କୁମାର ଜେନା,ଅଜୟ କୁମାର ବିଶ୍ୱାଳ, ରଞ୍ଜିତ୍ କୁମାର ସାମଲ୍, ବିଶ୍ୱରଞ୍ଜନ ସ୍ୱାଇଁ, ପିଙ୍କି ପାତ୍ର, ସାମ୍ବାଦିକ ଶିବରାମ ଚୌଧୂରୀ ପ୍ରମୁଖ ମଞ୍ଚାସୀନ ଥିଲେ I ଏହି ଅବସରରେ କ୍ରୀଡ଼ା, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ସାମାଜିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I କାର୍ଯ୍ୟକ୍ରମରେ ଅନୁଷ୍ଠାନର ଛାତ୍ରୀ ବର୍ଷାରାଣୀ ବେହେରାଙ୍କ ନୃତ୍ୟ ପରିବେଷଣ ସମସ୍ତଙ୍କୁ ଆକୃଷ୍ଟ କରିଥିଲା I ଏଥିରେ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I ଅଧ୍ୟାପକ ସପନ କୁମାର ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ I

Leave A Reply

Your email address will not be published.