ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ଜିଲ୍ଲାର ଲୁକ୍କାୟିତ ସଙ୍ଗୀତ ପ୍ରତିଭା ତଥା କଣ୍ଠଶିଳ୍ପୀ ମାନଙ୍କୁ ଲୋକ ଲୋଚନକୁ ଆଣି ସେମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଏକ ଭକ୍ତି ସଙ୍ଗୀତ ପ୍ରତିଯୋଗୀତା ଆସନ୍ତା ଡିସେମ୍ବର ମାସ ୩ ତାରିଖ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି । ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ ଗ୍ରହଣ କରି ପାରିବେ । ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ, ସଂଗୀତ ଅନୁଷ୍ଠାନ ଓ ଏହା ବାହାରେ ଥିବା ପୁଅଝିଅମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ । ପ୍ରତିଯୋଗୀମାନେ ଶାଳୀନତାଭିିକ ଭଜନ,ଜଣାଣ,ଧର୍ମୀୟ ଲଘୁସଙ୍ଗୀତ ଆଦି ପରିବେଷଣ କରିପାରିବେ । ପ୍ରଥମ ପର୍ଯ୍ୟାୟରେ ପ୍ରତିଯୋଗୀମାନେ ବିନା ବାଦ୍ୟ ଯନ୍ତ୍ରରେ ସଙ୍ଗୀତ ପରିବେଷଣ କରିବେ । ପ୍ରଥମ ପର୍ଯ୍ୟାୟରେ ଉତ୍ତୀର୍ଣ୍ଣ ପ୍ରତିଯୋଗୀମାନେ ଦ୍ୱିତୀୟ ପର୍ଯ୍ୟାୟରେ ବାଦ୍ୟଯନ୍ତ୍ର ସହିତ ସଙ୍ଗୀତ ପରିବେଶଣ କରିବେ । ନୟାଗଡ଼ ବ୍ଲକ୍ ଏବଂ ଓଡ଼ଗାଁ ବ୍ଲକ୍ ପ୍ରତିଯୋଗୀମାନେ ନୟାଗଡ଼ଠାରେ, ଦଶପଲ୍ଲା, ଗଣିଆ ଓ ନୂଆଗାଁ ବ୍ଲକ୍ର ପ୍ରତିଯୋଗୀମାନେ ଦଶପଲ୍ଲାଠାରେ, ଖଣ୍ଡପଡ଼ା, ଭାପୁର ବ୍ଲକ୍ର ପ୍ରତିଯୋଗୀମାନେ ଖଣ୍ଡପଡ଼ା ଠାରେ ଏବଂ ରଣପୁର ବ୍ଲକ୍ର ପ୍ରତିଯୋଗୀମାନେ ରଣପୁର ଠାରେ ସ୍ଥିରୀକୃତ ହୋଇଥିବା କେନ୍ଦ୍ରରେ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ । ଭକ୍ତି ସଙ୍ଗୀତ ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ପ୍ରଦାନ କରାଯିବା ସହିତ ‘ସଙ୍ଗୀତ କଲ୍ଲୋଳ’ ଉପାଧିରେ ଭୂଷିତ କରାଯିବ । ଏଥିସହିତ ଦ୍ୱିତୀୟ ଏବଂ ତୃତୀୟ ପ୍ରତିଯୋଗୀ ମାନଙ୍କୁ ଯଥାକ୍ରମେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ । ତେବେ ପ୍ରଥମେ ଆସନ୍ତା ୩ ତାରିଖ ରବିବାର ଦିନ ନୟାଗଡ଼ ଏବଂ ଓଡ଼ଗାଁ ବ୍ଲକର ପ୍ରତିଯୋଗୀମାନଙ୍କୁ ନେଇ ନୟାଗଡ଼ ସରସ୍ୱତୀ ଶିଶୁ ମନ୍ଦିରଠାରେ ଦିନ ୧୦ଟାରେ ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗୀତା ଆରମ୍ଭ ହେବ ବୋଲି ସଙ୍ଗୀତଧାରାର ସଭାପତି ନାଟ୍ୟଭୂଷଣ ଡ.ବିଜୟ ଚୌଧୁରୀ ଏବଂ ସମ୍ପାଦକ ପ୍ରଶାନ୍ତ କୁମାର ଦାଶ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି ।
Sign in
Sign in
Recover your password.
A password will be e-mailed to you.
Next Post