ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଡିସେମ୍ବର ୫ ଏବଂ ୬ତାରିଖରେ ହେବାକୁ ଥିବା ଜିଲ୍ଲା ବିଜ୍ଞାନ ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ପରିଷଦ ସୃଜନୀ ସଭାଗୃହ ରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ.ବସନ୍ତ ନାୟକ, ନୟାଗଡ଼ ବ୍ଳକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ, ଓଡ଼ଗାଁ ବ୍ଲକ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁ,ରଣପୁର ବ୍ଲକ ଶିକ୍ଷାଧିକାରୀ ବନଲତା ବେହେରା, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ ସାହୁଙ୍କ ସମେତ ବିଭିନ୍ନ ଶିକ୍ଷକ ସଂଗଠନ କର୍ମକର୍ତ୍ତା ଏବଂ ଶିକ୍ଷକ ମାନେ ଉପସ୍ଥିତ ଥିଲେ। ନୟାଗଡ଼ ବ୍ରଜେନ୍ଦ୍ୱ ହାଇସ୍କୁଲରେ ଅନୁଷ୍ଠିତ ହେବାକୁ ଥିବା ବିଜ୍ଞାନ ମେଳାକୁ ସୁରୁଖୁରୁରେ ସମ୍ପାଦନ କରିବା ପାଇଁ ବିଭିନ୍ନ କମିଟି ଗଠନ କରାଯାଇଥିଲା। ଚଳିତ ବର୍ଷ ଜିଲ୍ଲାର ୮ଟି ବ୍ଲକରୁ ମୋଟ ୬୪ଟି ପ୍ରକଳ୍ପ ପ୍ରଦର୍ଶିତ ହେବା।
Sign in
Sign in
Recover your password.
A password will be e-mailed to you.