ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା ସହ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ
ଭୁବନେଶ୍ବର : ଆଜି ମାଲକାନଗିରି ର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ 5 ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି | ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି |
ଏହି ଦୁର୍ଘଟଣାରେ ଆହତ 8 ଜଣ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି | ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି |