ଗାଇସିଲାଟ/ମନ ଡନସନା- ଆଜି ବରଗଡ଼ ଜିଲ୍ଲାର ଗାଇସିଲାଟ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ମୁଖ୍ଯ କାର୍ଯ୍ଯ ନିର୍ବାହି ଅଧିକାରୀ ଆଦିତ୍ଯ ଗୋୟଲ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ଆଲୋକ ପଟେଲ, ବିଡିଓ ଲକ୍ଷ୍ମଣ ମାଝି, ତହସିଲଦାର ଟିଟସ ମହାନନ୍ଦିଆଂକ ସହ ସହ ପ୍ରଶାସନର ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଶୁଣିଛନ୍ତି। ଏଥିରେ ମୋଟ୍ ୭୧ ଟି ସମସ୍ୟାର ସମାଧାନ ପାଇଁ ଲୋକେ ଆବେଦନ କରିଥିଲେ।
ଗାଇସିଲାଟ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହରେ ଏହି ଶୁଣାଣି କାର୍ଯ୍ଯକ୍ରମ ହୋଇଥିଲା । ଏହି ଅଭିଯୋଗ ଶୁଣାଣିକୁ ଜନସାଧାରଣ ନିଜର ବିଭିନ୍ନ ୭୧ ଟି ସମସ୍ୟାର ସମାଧାନ ପାଇଁ ଆସିଥିଲେ । ମୋ ଘର, ରାସନ୍ କାର୍ଡ, ଶିକ୍ଷକ ଅଭାବ, ପାନୀୟଜଳ ଓ ବିଜୁଳି ଆଦି ଭଳି ବିଷୟରେ ଅଧିକାଂଶ ଅଭିଯୋଗ ଆସିଥିଲା । ଏସବୁ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ଶ୍ରୀ ଗୋୟଲ ଓ ଶ୍ରୀ ବେହେରା ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଓ ନିର୍ଦ୍ଦିଷ୍ଟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ତ ସମସ୍ୟାର ପ୍ରତିକାର କରିବା ପାଇଁ ଉଚିତ୍ ପଦକ୍ଷେପ ମଧ୍ୟ ଗ୍ରହଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.